Posted inଖେଳ

ଗର୍ଲଫ୍ରେଣ୍ଡ୍‌ଙ୍କ ସହ ସମୟ ବିତାଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ,୧୮।୧୧: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ୍‌ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ଯୋଡା ଯାଇଛି। ଏବେ ସେ ଅଭିନେତ୍ରୀ ନତାଶା ଷ୍ଟାନକୋବିଚଙ୍କ ପ୍ରେମରେ ପଡିଛନ୍ତି। ଉଭୟ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ନତାଶା ପାଣ୍ଡାଙ୍କ ଗାଡିରେ ବସିଥିବାର ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେବଳ ଏତିକି ନୁହେଁ, ସେ କୁଆଡେ ନତାଶାଙ୍କୁ ନିଜ ମାତାପିତାଙ୍କ ସହ ଭେଟ କରାଇଛନ୍ତି। ଉଭୟଙ୍କ ପରିବାର ମଧ୍ୟ ଏହି ବିବାହକୁ ନେଇ ସହମତି ପ୍ରକାଶ କରିଛନ୍ତି। ତେଣୁ ଖୁବ୍ଶୀଘ୍ର ସେ ବିବାହ କରିବେ ବୋଲି ଜଣାପଡିଛି। ନିକଟରେ ଉଭୟଙ୍କୁ ମୁମ୍ବାଇର ଏକ କାଫେରେ ଦେଖିବାକୁ ମିଳିଥିଲା। ନତାଶା ସର୍ବିଆର ଜଣେ ଲୋକପ୍ରିୟ ଅଭିନେତ୍ରୀ ଏବଂ ଡ୍ୟାନ୍ସର ଭାବେ ଜଣାଶୁଣା। ସେ ପ୍ରକାଶ ଝା’ଙ୍କ ଫିଲ୍ମ ସତ୍ୟାଗ୍ରହ ଜରିଆରେ ବଲିଉଡରେ ପ୍ରବେଶ କରିଥିଲେ। ପାଣ୍ଡ୍ୟାଙ୍କ ନାମ ପୂର୍ବରୁ ମଧ୍ୟ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା, ଇଶା ଗୁପ୍ତା ଏବଂ ଏଲି ଆବ୍ରାହମଙ୍କ ସହ ଯୋଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri