ଗଳାକାଟି ବୃଦ୍ଧଙ୍କୁ ହତ୍ୟା

ଦଶପଲ୍ଲା,୨୧।୧୧(ଡି.ଏନ.ଏ.): ନୟାଗଡ ଜିଲା ଦଶପଲ୍ଲା ଏନ୍‌ଏସିର କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଗଳାକାଟି ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ହତ୍ୟା କରିବା ପରେ ଘରର କବାଟ ଦେଇ ଫେରାର ହୋଇଯାଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାୟାଧର ପୃଷ୍ଟି (୬୮)। ହତ୍ୟାକାଣ୍ଡର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି।
ପାଟଣା ଗ୍ରାମମୁଣ୍ଡରେ ରୁହନ୍ତି ମାୟାଧର ଏବଂ ତାଙ୍କ ସ୍ତ୍ରୀ। ତାଙ୍କ ସ୍ତ୍ରୀ ବୁଧବାର ସକାଳେ ଏକ ଶିକ୍ଷାନୁଷ୍ଠାନକୁ ରୋଷେଇ କରିବାକୁ ଯାଇଥିଲେ। ଘରେ କେବଳ ମାୟାଧର ଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ ତାଙ୍କ ସ୍ତ୍ରୀ ସ୍କୁଲରୁ ଘରକୁ ଫେରିଥିଲେ। ଘର କବାଟ ଶିକୁଳି ବାହାରପଟୁ ଦିଆଯାଇଥିଲା। ମାୟାଧର କବାଟ ଦେଇ ନିକଟରେ କେଉଁଠି ଯାଇଥିବେ ବୋଲି ଭାବି ସେ କବାଟ ଖୋଲି ଘର ଭିତରେ ପଶିଥିଲେ। ତେବେ ଘର ଭିତରେ ମାୟାଧର ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବାବେଳେ ଚାରିଆଡେ ରକ୍ତଛିଟା ପଡିଥିବା ଦେଖିବାକୁ ପାଇଥିଲେ। ଧାରୁଆଅସ୍ତ୍ରରେ ତାଙ୍କର ଗଳା କଟାଯାଇଥିବା ଓ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ଜାଣିବାକୁ ପାଇ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ଗ୍ରାମବାସୀ ସେଠାରେ ପହଞ୍ଚତ୍ଥିଲେ ଓ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେଇଥିଲେ। ଦଶପଲ୍ଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ କରିଥିଲେ। ତେବେ ହତ୍ୟାକାଣ୍ଡର କୌଣସି କାରଣ ଜଣାପଡ଼ୁନାହିଁ। ସନ୍ଧ୍ୟା ହୋଇଯିବାରୁ ଗୁରୁବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ। ତେବେ ଏ ନେଇ ପୋଲିସ ନଂ.୧୫୦/୧୯ରେ ଏକ ହତ୍ୟା ମାମଲା ରୁଜୁ କରିଛି। ହତ୍ୟାକାଣ୍ଡ ନେଇ ଗ୍ରାମରେ କୋକୁଆ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri