ଗଳାକାଟି ହତ୍ୟା ଘଟଣା: ବଡ଼ବାପା ପୁଅ ଭାଇ ଗିରଫ

ବୁଗୁଡ଼ା,୨୯ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ଉପକଣ୍ଠ ବେତାରସିଙ୍ଗରେ ଶୁକ୍ରବାର ବିଳମ୍ବିତ ରାତିରେ ଦାଦାପୁଅ ଭାଇ ନିଲୁ ପାତ୍ର (୧୫)ଙ୍କ ଗଳା ଓ ପେଟରେ ଛୁରି ଭୁସି ବଡ଼ବାପା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ସୋମବାର ପୋଲିସ ବଡ଼ବାପା ପୁଅ ଭାଇ ବିନୋଦ ପାତ୍ର(୨୪)ଙ୍କୁ କୋର୍ଟଚାଲାଣ କରିିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଛୁରିକୁ ମଧ୍ୟ ପୋଲିସ ଜବତ କରିଛି। ବିନୋଦଙ୍କ ଭାଇ ଟୁନାଙ୍କ ଅଭିଯୋଗ କ୍ରମେ ସ୍ଥାନୀୟ ପୋଲିସ ନଂ. ୨୩୫/୧୯ରେ ଏକ ହତ୍ୟା ମାମଲା ରୁଜୁ କରିଥିଲା ।
ପ୍ରକାଶ ଯେ, ବୁଗୁଡ଼ା ସହର ମାଳିଝୋଳା ମନ୍ଦିର ନିକଟରେ ବିନୋଦଙ୍କ ବାପା ରାମ ପାତ୍ର ତାଙ୍କ ଭାଇ କାହ୍ନୁଙ୍କ ପୁଅ ନିଲୁଙ୍କୁ ଆଣି ରଖିଥିଲେ। ନିଲୁ ଉକ୍ତ ପରିବାରରେ ଘୁଷୁରି ଚରାଇ ତାଙ୍କ ବଡ଼ବାପାଙ୍କୁ ସହଯୋଗ କରୁଥିଲେ। ଏଥିପାଇଁ ବିନୋଦଙ୍କ ବାପା ମା’ ନିଲୁଙ୍କୁ ବହୁତ ଭଲ ପାଉଥିଲେ। କିନ୍ତୁ ବିନୋଦ ନିଲୁଙ୍କ ପ୍ରତି ଈର୍ଷା କରୁଥିଲେ। ଗତ ଶୁକ୍ରବାର ରାତିରେ ବିନୋଦ ରାଗିଯାଇ ନିଲୁଙ୍କୁ ଛୁରିରେ ଭୁସିବା ସହ ଗଳାକାଟି ହତ୍ୟା କରିଥିଲେ। ପରେ ମୃତଦେହକୁ ମନ୍ଦିର ପଛପଟ ଏକ ବୁଦାରେ ଫିଙ୍ଗି ଦେଇ ଛୁରିକୁ ଲୁଚାଇ ରଖିଥିଲେ। ଶନିବାର ଆଇଆଇସି ସିତାଂଶୁ ଶେଖର ମାନ୍ଧାତା ସଦଳବଳ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହ ବିନୋଦଙ୍କୁ ଅଟକ ରଖି ପଚରାଉଚରା କରିଥିଲେ। ବିନୋଦ ନିଲୁଙ୍କୁ ଛୁରିରେ ହତ୍ୟା କରିଥିବା ବିଷୟ ଥାନାଧିକାରୀଙ୍କ ଆଗରେ ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri