ଗଳାପୋଲ ଦାବିରେ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩୧।୧୨- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବି ନେଇ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଆନ୍ଦୋଳନ ଜାରି ରହିଛି। ସୋମବାର ଆନ୍ଦୋଳନ ୭ମ ଦିନରେ ପହଞ୍ଚିଛି। ରାଣୀତାଲ ବିକାଶ ମଞ୍ଚ ଆହ୍ବାନରେ ଏହି ଆନ୍ଦୋଳନକୁ ସମର୍ଥନ କରୁଥିବା ବଜାର କମିଟି, ସାହିତ୍ୟ ସଂସ୍କୃତି ପରିଷଦ ଓ ଅନ୍ୟ ସଙ୍ଗଠନର କର୍ମକର୍ତ୍ତା ସାତ ଦିନ ହେଲା ଏଠାରେ ୧୬ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାମ ବନ୍ଦ ରଖିଛନ୍ତି। ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ସୋମବାର ଆନ୍ଦୋଳନକାରୀଙ୍କ ନିକଟରେ ପହଞ୍ଚି ସମର୍ଥନ ଜଣାଇଛନ୍ତି। ସନ୍ଧ୍ୟାରେ ବିଧାୟକ ପହଞ୍ଚି ସେମାନଙ୍କ ସହ ଆଲୋଚନା କରିବା ସହ ସର୍ବଦା ରାଣୀତାଲବାସୀଙ୍କ ସହ ସେ ଅଛନ୍ତି ବୋଲି କହିଥିଲେ। ରାଣୀତାଲରେ ଫ୍ଲାଏଓଭର ହେଉ କିମ୍ବା ଗଳାପୋଲ ନିତାନ୍ତ ଆବଶ୍ୟକ ବୋଲି ପ୍ରକାଶ କରିଥିଲେ।
ଭଦ୍ରକ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ପ୍ରଫୁଲ୍ଲ ନାୟକ ମଧ୍ୟ ଯୋଗଦେଇ ଦାବି ଯଥାର୍ଥ ବୋଲି ପ୍ରକାଶ କରିଥିଲେ। ଅନ୍ୟପକ୍ଷେ ଆନ୍ଦୋଳନକାରୀଙ୍କ ଏକ ପ୍ରତିନଧିଦଳ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ମାଧ୍ୟମରେ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଫୋନ୍‌ ଯୋଗେ ଆଲୋଚନା କରିଥିବା ସୂଚନା ମିଳିଛି। ଆନ୍ଦୋଳନ ଜାରି ରହିଥିବାବେଳେ କୌଣସି ପ୍ରଶାସନିକ ଅଧିକାରୀ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରୁ ନ ଥିବାରୁ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି। ଅନ୍ୟମାନଙ୍କ ମଧ୍ୟରେ ଜଗଦଳପୁରର ପୂର୍ବତନ ସରପଞ୍ଚ ବିଜୟ ମହାପାତ୍ର, ରାହାଞ୍ଜର ପୂର୍ବତନ ସରପଞ୍ଚ ରବୀନ୍ଦ୍ର ସାହୁ, ପ୍ରହ୍ଲାଦ ପଣ୍ଡା, ରମ୍ଭିଳାର ପୂର୍ବତନ ସରପଞ୍ଚ ଗଣେଶ ପଣ୍ଡା, ଆଇନଜୀବୀ କରୁଣାକର ଦାଶ, ଗଣେଶ ପ୍ରସାଦ ଦାଶ, କେଦାର ମହାପାତ୍ର, ସଂଗ୍ରାମ କର, ବଜାର କମିଟି ସଭାପତି ସୁକାନ୍ତ ସାହୁ ଓ ସମ୍ପାଦକ ଜ୍ୟୋତିପ୍ରକାଶ କର, ଯୁବନେତା ରାଜେନ୍ଦ୍ର ଦାଶ, ଶରତ କବି,ରମେଶ ଜେନା, ରାଜକିଶୋର ମହାପାତ୍ର ଓ ସଞ୍ଜିତ୍‌ କୁମାର ଲେଙ୍କା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri