ଗଳାପୋଲ ନିର୍ମାଣ ଦାବି ତେଜିଲା: ରାଣୀତାଲ ବଜାର ବନ୍ଦ, ପ୍ରତିବାଦ ସଭା

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ଉପକଣ୍ଠବର୍ତ୍ତୀ ରାଣୀତାଲ ସ୍କୁଲ ଓ ବଜାର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଗଳାପୋଲ ନିର୍ମାଣ ଦାବିରେ ମଙ୍ଗଳବାର ସ୍ଥାନୀୟ ବଜାର ବନ୍ଦ ରଖାଯାଇ ପ୍ରତିବାଦ ସଭା କରାଯାଇଥିଲା। ଆଗାମୀ ଦିନରେ ପ୍ରଶାସନ ଦାବି ପ୍ରତି ଦୃଷ୍ଟି ନ ଦେଲେ ରାଜପଥ ସମ୍ପ୍ରସାରଣ କାର୍ଯ୍ୟକୁ ବନ୍ଦ କରାଯିବ ବୋଲି ସ୍ଥାନୀୟ ବାସିନ୍ଦା ଚେତାବନୀ ଦେଇଥିଲେ ।

୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱସ୍ଥ ରାଣୀତାଲ ନିକଟରେ ଏହି ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ରାଣୀତାଲ ବଜାରର ସମସ୍ତ ବ୍ୟବସାୟୀଙ୍କ ସମେତ ସ୍ଥାନୀୟ ବିକାଶ ମଞ୍ଚର ସଦସ୍ୟ ଓ ଅଞ୍ଚଳର ବହୁ ବାସିନ୍ଦା ଆନ୍ଦୋଳନରେ ସାମିଲ ହୋଇଥିଲେ। ରାଣୀତଲାଓ ହାଇସ୍କୁଲ ଓ ରାଣୀତାଲ ବଜାର ନିକଟରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ସଭାରେ ଉଦ୍‌ବେଗ ପ୍ରକାଶ କରାଯାଇଥିଲା। ଏଭଳି ସମସ୍ୟା ପ୍ରତି ରାଜପଥ କର୍ତ୍ତୃପକ୍ଷ ଦୃଷ୍ଟି ନ ଦେବା ଏକ ବିଡମ୍ବନା। ଗତବର୍ଷ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଛାତ୍ରୀଛାତ୍ରଙ୍କ ଜୀବନ ଚାଲିଯାଇଥିଲା। ଏହା ବ୍ୟତୀତ ଗତ ଏକ ବର୍ଷ ମଧ୍ୟରେ ୧୦ ରୁ ଊର୍ଦ୍ଧ୍ୱ ଦୁର୍ଘଟଣା ଘଟିଲାଣି। ଏଠାରେ ଗଳାପୋଲ ନିର୍ମାଣ ହେଲେ ଟ୍ରାଫିକ ସମସ୍ୟାର ସମାଧାନ ହୋଇ ପାରିବ। ପ୍ରଶାସନ ଦାବି ପ୍ରତି ଅଣଦେଖା କଲେ ଲୋକେ ଆଇନକୁ ହାତକୁ ନେବା ପାଇଁ ବାଧ୍ୟ ହେବେ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri