ଗଳାବାଟ ଦେଇ ପାର୍‌ ହେଉଛନ୍ତି ଶ୍ରମିକ

ଚମ୍ପୁଆ,୧ା୫ (ଡି.ଏନ୍‌.ଏ.)- କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ସବୁସ୍ତରରେ ସତର୍କତା ମୂଳକ ପଦକ୍ଷେପ ନିଆ ଯାଉଛି। ଜିଲା ତଥା ରାଜ୍ୟବାହାରୁ ଆସୁଥିବା ଲୋକଙ୍କ ସମେତ ଦୂରଦୂରାନ୍ତରୁ ସାଇକେଲରେ ଆସୁଥିବା ଶ୍ରମିକଙ୍କୁ ପୋଲିସ ଓ ପ୍ରଶାସନ ଧରି କ୍ୱାରାଣ୍ଟାଇନରେ ରଖୁଛନ୍ତି। ମାତ୍ର ଚମ୍ପୁଆସୀମା ଠାରୁ ଅନତି ଦୂରରେ ରହିଥିବା ଗଳାବାଟ ଦେଇ ଜିଲା ତଥା ରାଜ୍ୟ ବାହାରର ଶ୍ରମିକମାନେ ଅନାୟାଶରେ ଯିବା ଆସିବା କରୁଛନ୍ତି। କରୋନା ପାଇଁ ଆନ୍ତଃ ଜିଲା ଓ ରାଜ୍ୟରେ ପ୍ରବେଶ ଉପରେ କଟକଣା ଲାଗିଥିବା ବେଳେ ଦୂରଦୂରାନ୍ତରୁ ଆସୁଥିବା ଶ୍ରମିକମାନେ ବୈତରଣୀ ନଦୀ ପାର୍‌ ହୋଇ ଝାଡଖଣ୍ଡ ରାଜ୍ୟକୁ ପଳାଉଛନ୍ତି। ଗୁରୁବାର କେତେକ ଶ୍ରମିକ ସାଇକେଲ ଯୋଗେ ଆସି ଚମ୍ପୁଆ ବଜାର ପାର୍‌ ହୋଇ ଏହି ଗଳାବାଟ ଦେଇ ବୈତରଣୀ ନଦୀ ପାର୍‌ ହେଉଥିବା ଦେଖିବାକୁ ମିଳିଥିଲା। ଏମାନେ ସୁକିନ୍ଦା ଅଞ୍ଚଳରୁ ଆସିି ଟାଟା ଯାଉଥିବା ଜଣାପଡ଼ିଛି। ପୋଲିସ ଓ ପ୍ରଶାସନକୁ ଚକମା ଦେଖାଇ ଏହି ଗଳାବାଟ ଦେଇ ଶ୍ରମିକମାନଙ୍କ ଯିବା ଆସିବା ଲାଗି ରହିଥିବା ବେଳେ ଚମ୍ପୁଆ ପ୍ରଶାସନ ପାଖରେ ଏ ସମ୍ପର୍କରେ କିଛି ଖବର ନ ଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri