ଗଳ୍ପ ସାହିତ୍ୟରେ ନୂଆ ଧାରା ଆଣିଥିଲେ କହ୍ନେଇଲାଲ୍‌

ବାଲେଶ୍ୱର ଅଫିସ,୨୮।୬-ମଣିଷ ଜୀବନର ବାସ୍ତବ ଚିତ୍ରକୁ କାହାଣୀରେ ରୂପ ଦେଇ ବିଶିଷ୍ଟ କଥାକାର କହ୍ନେଇଲାଲ୍‌ ଦାସ ଓଡିଆ ଗଳ୍ପ ସାହିତ୍ୟରେ ଏକ ନୂଆ ଧାରା ସୃଷ୍ଟି କରିଥିଲେ। ସତୁରି ଦଶକର ଓଡ଼ିଆ କଥା ସାହିତ୍ୟରେ ଯେଉଁ ପଟ୍ଟ ପରିବର୍ତ୍ତନ ଘଟିଥିଲା ସେଥିରେ ଅନ୍ୟ କଥାକାରଙ୍କ ମଧ୍ୟରେ କହ୍ନେଇଲାଲ୍‌ ଅନ୍ୟତମ ଥିଲେ ବୋଲି ତାଙ୍କ ୭୨ତମ ଜୟନ୍ତୀ ସମାରୋହରେ ଅତିଥି ଓ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି।
ଗୁରୁବାର ସନ୍ଧ୍ୟାରେ ଏକ ଘରୋଇ ହୋଟେଲ ସଭାଗୃହରେ କଥାକାର କହ୍ନେଇଲାଲ ଦାସଙ୍କ ଜୟନ୍ତୀ ସମାରୋହ ଅବସରରେ ‘କହ୍ନେଇ୍‌ କଥା ପୁରସ୍କାର’ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବାଲେଶ୍ୱର କହ୍ନେଇଲାଲ୍‌ ସ୍ମୃତି ସଂସଦ ଏବଂ ଓଡ଼ିଶା ସାହିତ୍ୟ ଏକାଡ଼େମୀର ମିଳିତ ସହଭାଗିତାରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ବାମବାଦୀ ଲେଖିକା ଡ. ସରୋଜିନୀ ସାହୁ ମୁଖ୍ୟଅତିଥି ଏବଂ ବିଶିଷ୍ଟ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ ମୁଖ୍ୟବକ୍ତା ଭାବେ ଯୋଗଦେଇ କହ୍ନେଇଲାଲ୍‌ଙ୍କ ଗଳ୍ପଭୂମିର ସାରସ୍ବତ ଆବେଦନ ଉପରେ ଆଲୋକପାତ କରିଥିଲେ। କବି ଶ୍ରୀଦେବ ପ୍ରଥମେ ମଞ୍ଚ ଆହ୍ବାନ କରି ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂସଦର ସମ୍ପାଦକ ଉପତ୍ଳ ମହାନ୍ତି ବିବରଣୀ ପାଠ କରିଥିଲେ। କମର୍ଦ୍ଦାସ୍ଥିତ ସ୍ମୃତି ସଂସଦର ସମ୍ପାଦକ କିଶୋରୀ କିଙ୍କର ଦାସ କହ୍ନେଇଲାଲ୍‌ଙ୍କ ସ୍ମୃତିଚାରଣ କରିବା ସହ ଜୁଲାଇ ୨୭ ତାରିଖରେ ତାଙ୍କ ସ୍ମୃତିରକ୍ଷା ପାଇଁ ପ୍ରତିମୂର୍ତ୍ତି ଉନ୍ମୋଚନ ହେବ ବୋଲି ସୂଚନା ଦେଇଥିଲେ। ଓଡ଼ିଶା ସାହିତ୍ୟ ଏକାଡ଼େମୀର ସଦସ୍ୟ କବି ହରିଶ୍ଚନ୍ଦ୍ର ବେହେରା କହ୍ନେଇଲାଲ୍‌ଙ୍କ ଗଳ୍ପର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଅନ୍ୟତମ ଆବାହକ ଗୌତମ ବୁଦ୍ଧ ଦାସ କହ୍ନେଇଲାଲ୍‌ଙ୍କ ଡାଏରୀ ରଚନାରୁ କିଛି ଅଂଶ ପାଠ କରିଥିଲେ। ଏହି ଅବସରରେ ଯୁବ କଥାକାର ଅମରେଶ ବିଶ୍ୱାଳଙ୍କୁ ୫ମ କହ୍ନେଇ କଥା ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର ସ୍ବରୂପ ତାଙ୍କୁ ୫ହଜାର ଟଙ୍କା, ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂସଦର କାର୍ଯ୍ୟକାରୀ ସଭାପତି କବି କୃଷ୍ଣ କୁମାର ମହାନ୍ତି ମାନପତ୍ର ପାଠ କରିଥିଲେ। ସଂସଦ ସଭାପତି ସୁବାସ ଚନ୍ଦ୍ର ପାତ୍ର ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଶେଷରେ ସହସମ୍ପାଦକ ରାଜେଶ ଗିରି ଧନ୍ୟବାଦ ଅର୍ପଣ କରିଥିଲେ। ସହରର ବହୁ ବିଶିଷ୍ଟ ସାହିତି୍ୟକ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri