ଭଞ୍ଜନଗର,୨୩।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଲେରୀ ଫାଣ୍ଡି ପୋଡ଼ି ମାମଲା ଓ ଏହାପରେ ଗସମା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ ମାମଲାର ଶୁକ୍ରବାର ଓ ଶନିବାର ସାକ୍ଷୀମାନଙ୍କ ବୟାନ ରେକର୍ଡ଼ ଭଞ୍ଜନଗର ଏଡ଼ିଜେଙ୍କ କୋର୍ଟରେ ହୋଇଥିଲା। ୬ଜଣ ପୋଲିସ ବା ସ୍ବତନ୍ତ୍ର ଅପରେଶନ ଗ୍ରୁପ୍ କର୍ମଚାରୀ ଉକ୍ତ ଗୁଳି ବିନିମୟ ଏବଂ ଫାଣ୍ଡି ପୋଡ଼ି ମାମଲାରେ ସାକ୍ଷୀ ଦେଇଛନ୍ତି । ସେଥିମଧ୍ୟରୁ କେତେକ ଯବାନ ସବ୍ୟସାଚୀଙ୍କ ବିରୋଦ୍ଧରେ ସାକ୍ଷୀ ଦେଇଛନ୍ତି ବୋଲି ସରକାରୀ ଓକିଲ ଡ଼. ସୁଶାନ୍ତ କୁମାର ତ୍ରିପାଠୀ ସୁଚନା ଦେଇଛନ୍ତି । ଏହାପରେ ସବ୍ୟସାଚୀଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି । ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏମ୍.ତାଜ୍ ଆଦେନୀ, ସୁଶାନ୍ତ ତ୍ରିପାଠୀ,ବିମ୍ବାଧର ଷଡଙ୍ଗୀ ଓ ମୁଦଲାଙ୍କ ପକ୍ଷରୁ ଦଣ୍ଡପାଣି ସ୍ବାଇଁ, ସମୀର ନାୟକ ମକଦ୍ଦମା ପରିଚାଳନା କରୁଛନ୍ତି । ଗସମା ଘଟଣାରେ ୯୨ଜଣ ସାକ୍ଷୀ ଥିବାବେଳେ ଶନିବାର ସୁଦ୍ଧା ୨୨ଜଣ ସାକ୍ଷୀ ଦେଇଛନ୍ତି । ସେହିଭଳି ଗାଲେରୀ ଫାଣ୍ଡି ପୋଡ଼ି ମାମଲାରେ ୫୭ଜଣ ସାକ୍ଷୀ ଥିବାବେଳେ ୧୧ ସାକ୍ଷୀ ଦେଇଛନ୍ତି ।
ପ୍ରକାଶଯେ, ୨୦୦୮ ଫେବୃୟାରୀ ୧୫ ତାରିଖ ରାତିରେ ମାଓବାଦୀମାନେ ନୟାଗଡ଼ ଅସ୍ତ୍ରାଗାର ଲୁଟିବା ପରେ ଗଞ୍ଜାମ ଜିଲା ଗାଲେରୀ ଫାଣ୍ଡି ଅଭିମୁଖେ ଆସିଥିଲେ। ୧୬ ତାରିଖ ପ୍ରତ୍ୟୁଷରେ ପୋଲିସର ଲକ୍ଷ୍ୟ ଭ୍ରଷ୍ଟ କରିବା ପାଇଁ ଗାଲେରୀ ଫାଣ୍ଡିକୁ ବୋମା ପକାଇ ଉଡ଼ାଇ ଦେଇଥିଲେ। ଏହାପରେ ମାଓବାଦୀମାନେ ଗଞ୍ଜାମ- କନ୍ଧମାଳ ଜିଲା ସୀମାବର୍ତ୍ତୀ ଗସମା ଜଙ୍ଗଲକୁ ଚାଲିଯାଇଥିଲେ। ଏହାପରେ ପୋଲିସ ପକ୍ଷରୁ କୋମ୍ବିଂ ଅପରେଶନ କରାଯାଇଥିଲା। ଏଥିରେ ୩ଜଣ ଯବାନ ଶହୀଦ ହୋଇଥିଲେ । ଏଥିସହ ୨୦ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସେ ସମୟରେ ଦାବି କରାଯାଇଥିଲା । କିନ୍ତୁ ପୋଲିସ ଗୋଟିଏ ବି ମୃତଦେହ ମାଓବାଦୀଙ୍କର ଠାବ କରି ପାରି ନ ଥିଲା। ଏହାପରେ ଗଜପତି ଜିଲାରେ ୨ଜଣ ମାଓବାଦୀ ଏହି ଗୁଳି ବିନିମୟରେ ମୃତ୍ୟୁ ବରଣ କରିଥିବା ଘୋଷଣା କରାଯାଇଥିଲା । ପୋଲିସ ନୟାଗଡ଼ ପୋଲିସ ଅସ୍ତ୍ରାଗାରରୁ ଲୁଟ୍ ଅସ୍ତ୍ରଶସ୍ତ୍ର ମଧ୍ୟରୁ ଅଧିକାଶଂ ଅସ୍ତ୍ରଶସ୍ତ୍ର ଜବତ କରିବାରେ ସକ୍ଷମ ହୋଇଥିଲା ।
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...
Archives


