ଗସ୍‌ମା ମାଓବାଦୀ -ପୋଲିସ ଗୁଳି ମାମଲାସବ୍ୟସାଚୀଙ୍କ ବିରୋଧରେ ପୋଲିସ ଦେଲା ସାକ୍ଷୀ

ଭଞ୍ଜନଗର,୨୩।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଲେରୀ ଫାଣ୍ଡି ପୋଡ଼ି ମାମଲା ଓ ଏହାପରେ ଗସମା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ ମାମଲାର ଶୁକ୍ରବାର ଓ ଶନିବାର ସାକ୍ଷୀମାନଙ୍କ ବୟାନ ରେକର୍ଡ଼ ଭଞ୍ଜନଗର ଏଡ଼ିଜେଙ୍କ କୋର୍ଟରେ ହୋଇଥିଲା। ୬ଜଣ ପୋଲିସ ବା ସ୍ବତନ୍ତ୍ର ଅପରେଶନ ଗ୍ରୁପ୍‌ କର୍ମଚାରୀ ଉକ୍ତ ଗୁଳି ବିନିମୟ ଏବଂ ଫାଣ୍ଡି ପୋଡ଼ି ମାମଲାରେ ସାକ୍ଷୀ ଦେଇଛନ୍ତି । ସେଥିମଧ୍ୟରୁ କେତେକ ଯବାନ ସବ୍ୟସାଚୀଙ୍କ ବିରୋଦ୍ଧରେ ସାକ୍ଷୀ ଦେଇଛନ୍ତି ବୋଲି ସରକାରୀ ଓକିଲ ଡ଼. ସୁଶାନ୍ତ କୁମାର ତ୍ରିପାଠୀ ସୁଚନା ଦେଇଛନ୍ତି । ଏହାପରେ ସବ୍ୟସାଚୀଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି । ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏମ୍‌.ତାଜ୍‌ ଆଦେନୀ, ସୁଶାନ୍ତ ତ୍ରିପାଠୀ,ବିମ୍ବାଧର ଷଡଙ୍ଗୀ ଓ ମୁଦଲାଙ୍କ ପକ୍ଷରୁ ଦଣ୍ଡପାଣି ସ୍ବାଇଁ, ସମୀର ନାୟକ ମକଦ୍ଦମା ପରିଚାଳନା କରୁଛନ୍ତି । ଗସମା ଘଟଣାରେ ୯୨ଜଣ ସାକ୍ଷୀ ଥିବାବେଳେ ଶନିବାର ସୁଦ୍ଧା ୨୨ଜଣ ସାକ୍ଷୀ ଦେଇଛନ୍ତି । ସେହିଭଳି ଗାଲେରୀ ଫାଣ୍ଡି ପୋଡ଼ି ମାମଲାରେ ୫୭ଜଣ ସାକ୍ଷୀ ଥିବାବେଳେ ୧୧ ସାକ୍ଷୀ ଦେଇଛନ୍ତି ।
ପ୍ରକାଶଯେ, ୨୦୦୮ ଫେବୃୟାରୀ ୧୫ ତାରିଖ ରାତିରେ ମାଓବାଦୀମାନେ ନୟାଗଡ଼ ଅସ୍ତ୍ରାଗାର ଲୁଟିବା ପରେ ଗଞ୍ଜାମ ଜିଲା ଗାଲେରୀ ଫାଣ୍ଡି ଅଭିମୁଖେ ଆସିଥିଲେ। ୧୬ ତାରିଖ ପ୍ରତ୍ୟୁଷରେ ପୋଲିସର ଲକ୍ଷ୍ୟ ଭ୍ରଷ୍ଟ କରିବା ପାଇଁ ଗାଲେରୀ ଫାଣ୍ଡିକୁ ବୋମା ପକାଇ ଉଡ଼ାଇ ଦେଇଥିଲେ। ଏହାପରେ ମାଓବାଦୀମାନେ ଗଞ୍ଜାମ- କନ୍ଧମାଳ ଜିଲା ସୀମାବର୍ତ୍ତୀ ଗସମା ଜଙ୍ଗଲକୁ ଚାଲିଯାଇଥିଲେ। ଏହାପରେ ପୋଲିସ ପକ୍ଷରୁ କୋମ୍ବିଂ ଅପରେଶନ କରାଯାଇଥିଲା। ଏଥିରେ ୩ଜଣ ଯବାନ ଶହୀଦ ହୋଇଥିଲେ । ଏଥିସହ ୨୦ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସେ ସମୟରେ ଦାବି କରାଯାଇଥିଲା । କିନ୍ତୁ ପୋଲିସ ଗୋଟିଏ ବି ମୃତଦେହ ମାଓବାଦୀଙ୍କର ଠାବ କରି ପାରି ନ ଥିଲା। ଏହାପରେ ଗଜପତି ଜିଲାରେ ୨ଜଣ ମାଓବାଦୀ ଏହି ଗୁଳି ବିନିମୟରେ ମୃତ୍ୟୁ ବରଣ କରିଥିବା ଘୋଷଣା କରାଯାଇଥିଲା । ପୋଲିସ ନୟାଗଡ଼ ପୋଲିସ ଅସ୍ତ୍ରାଗାରରୁ ଲୁଟ୍‌ ଅସ୍ତ୍ରଶସ୍ତ୍ର ମଧ୍ୟରୁ ଅଧିକାଶଂ ଅସ୍ତ୍ରଶସ୍ତ୍ର ଜବତ କରିବାରେ ସକ୍ଷମ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri