ଗହଳି କମାଇବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲା ବିଏମ୍‌ସି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରେନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିଜ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ବ୍ୟାଙ୍କ ପାଇଁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବ୍ୟାଙ୍କରେ ଗହଳି କମାଇବା, ପ୍ରବେଶ ଦ୍ୱାରକୁ ନିୟମିତ ବିଶୋଧନ ସହ ହ୍ୟାଣ୍ଡ ଓ୍ବାସ୍‌ ବ୍ୟବସ୍ଥା ସହ ଗ୍ରାହକ ଓ ବ୍ୟାଙ୍କ କର୍ମକର୍ତ୍ତା ହାତ ଧୋଇ ଭିତରକୁ ଯିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ହାତଧୁଆ ସ୍ଥାନରେ ସଚେତନତା ପୋଷ୍ଟର କିମ୍ବା ହୋର୍ଡିଂ ଲଗାଇବା ସହ ବ୍ୟାଙ୍କ ମଧ୍ୟରେ ସର୍ବନିମ୍ନ ଦୂରତା ବଜାୟ ରଖିବା, ନିୟମିତ ପୋଛା ଲଗାଇବା, ଏଟିଏମ୍‌ଗୁଡ଼ିକୁ ବିଶୋଧନ କରିବା ଓ ଏଟିଏମ୍‌ ଗୃହ ଚଟାଣକୁ ସଫା ରଖିବା ପାଇଁ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷରେ ଜ୍ୱର, ଥଣ୍ଡା, କାଶରେ ପୀଡିତ କର୍ମଚାରୀଙ୍କୁ ଘରେ ରହିବାକୁ ବ୍ୟାଙ୍କ କର୍ତ୍ତୃପକ୍ଷ ଅନୁମତି ଦେବାକୁ କମିଶନର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri