ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଷ୍ଟ୍ରେଚରରେ ବୁହାହେଲେ ପ୍ରସୂତ

ଭାପୁର, ୧ା୮(ଡି.ଏନ.ଏ.) – ରାସ୍ତା ନ ଥିବାରୁ ଗାଁରେ ପଶି ପାରି ନ ଥିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହେଉଥିବା ପ୍ରସୂତିଙ୍କୁ ଷ୍ଟ୍ରେଚରରେ ବୋହି ପ୍ରାୟ ୨ କିମି ଚାଲିବା ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ଭାପୁର ସଦର ବ୍ଲକ କରଡାପଡା ଗ୍ରାମରେ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାସ୍ତାଟିଏ ଗ୍ରାମରେ ନିର୍ମାଣ ହେଉ ନ ଥିବାରୁ ଏପରି ଅସୁବିଧା ଉପୁଜିଥିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।
ବୁଧବାର ସକାଳେ ଗାଁର ପାତୁ ବେହେରାଙ୍କ ସ୍ତ୍ରୀଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ସଙ୍ଗେ ସଙ୍ଗେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ହେଲେ ଗ୍ରାମ ଭିତରକୁ ଯାଇ ନ ପାରି ଆମ୍ବୁଲାନ୍ସଟି ଭାପୁରଠାରୁ ବେଗୁନିଆଁପାଳ ରାସ୍ତାରେ ଅଟକି ରହିଥିଲା। ସେଠାରେ ଗାଡ଼ିର ଚକ ଦବିଯିବାରୁ ଏହା ଆଉ ଆଗକୁ ଗଡିପାରି ନ ଥିଲା। ସେପଟେ ପ୍ରସୂତିଙ୍କୁ ଏକ ଷ୍ଟ୍ରେଚରରେ ପ୍ରାୟ ୨ କିମି ବୋହି ସମ୍ପର୍କୀୟମାନେ ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ତେଣୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଲାବେଳକୁ ବହୁତ ବିଳମ୍ବ ହୋଇଥିଲା। ଏହି ଘଟଣାକୁ ନେଇ ପରିବାର ତଥା ଗ୍ରାମବାସୀଙ୍କ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପୁରୁଣା କଟକ-ସମ୍ବଲପୁର ରାସ୍ତାଠାରୁ ମାତ୍ର ୬ କିମି ରାସ୍ତାକୁ ପ୍ରଶାସନ ପକ୍ଷରୁ ପୁନରୁଦ୍ଧାର କିମ୍ବା ନିର୍ମାଣ କରାଯାଉ ନ ଥିବାବେଳେ ଓଡ଼ାପଡା ବ୍ଲକର ଘଟିପିରି-କଳାଙ୍ଗ ରାସ୍ତାଠାରୁ ଗ୍ରାମକୁ ଯାଇଥିବା ମାତ୍ର ୨ କିମି ରାସ୍ତାରେ ଆଜି ପର୍ଯ୍ୟନ୍ତ ଥରୁଟିଏ ବି ମାଟି ପକାଯାଇ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସରପଞ୍ଚ ପୁଷ୍ପଲତା ଭୋଇ କୁହନ୍ତି, ଗ୍ରାମ ରାସ୍ତା ପାଇଁ ପଞ୍ଚାୟତ ତରଫରୁ ଅଧିକ ଟଙ୍କା ମଞ୍ଜୁର ହୋଇପାରୁନାହିଁ। ୨୦୧୫ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୂୁକ୍ତ ପାଇଁ ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri