ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଷ୍ଟ୍ରେଚରରେ ବୁହାହେଲେ ପ୍ରସୂତ

ଭାପୁର, ୧ା୮(ଡି.ଏନ.ଏ.) – ରାସ୍ତା ନ ଥିବାରୁ ଗାଁରେ ପଶି ପାରି ନ ଥିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହେଉଥିବା ପ୍ରସୂତିଙ୍କୁ ଷ୍ଟ୍ରେଚରରେ ବୋହି ପ୍ରାୟ ୨ କିମି ଚାଲିବା ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ଭାପୁର ସଦର ବ୍ଲକ କରଡାପଡା ଗ୍ରାମରେ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାସ୍ତାଟିଏ ଗ୍ରାମରେ ନିର୍ମାଣ ହେଉ ନ ଥିବାରୁ ଏପରି ଅସୁବିଧା ଉପୁଜିଥିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।
ବୁଧବାର ସକାଳେ ଗାଁର ପାତୁ ବେହେରାଙ୍କ ସ୍ତ୍ରୀଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ସଙ୍ଗେ ସଙ୍ଗେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ହେଲେ ଗ୍ରାମ ଭିତରକୁ ଯାଇ ନ ପାରି ଆମ୍ବୁଲାନ୍ସଟି ଭାପୁରଠାରୁ ବେଗୁନିଆଁପାଳ ରାସ୍ତାରେ ଅଟକି ରହିଥିଲା। ସେଠାରେ ଗାଡ଼ିର ଚକ ଦବିଯିବାରୁ ଏହା ଆଉ ଆଗକୁ ଗଡିପାରି ନ ଥିଲା। ସେପଟେ ପ୍ରସୂତିଙ୍କୁ ଏକ ଷ୍ଟ୍ରେଚରରେ ପ୍ରାୟ ୨ କିମି ବୋହି ସମ୍ପର୍କୀୟମାନେ ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ତେଣୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଲାବେଳକୁ ବହୁତ ବିଳମ୍ବ ହୋଇଥିଲା। ଏହି ଘଟଣାକୁ ନେଇ ପରିବାର ତଥା ଗ୍ରାମବାସୀଙ୍କ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପୁରୁଣା କଟକ-ସମ୍ବଲପୁର ରାସ୍ତାଠାରୁ ମାତ୍ର ୬ କିମି ରାସ୍ତାକୁ ପ୍ରଶାସନ ପକ୍ଷରୁ ପୁନରୁଦ୍ଧାର କିମ୍ବା ନିର୍ମାଣ କରାଯାଉ ନ ଥିବାବେଳେ ଓଡ଼ାପଡା ବ୍ଲକର ଘଟିପିରି-କଳାଙ୍ଗ ରାସ୍ତାଠାରୁ ଗ୍ରାମକୁ ଯାଇଥିବା ମାତ୍ର ୨ କିମି ରାସ୍ତାରେ ଆଜି ପର୍ଯ୍ୟନ୍ତ ଥରୁଟିଏ ବି ମାଟି ପକାଯାଇ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସରପଞ୍ଚ ପୁଷ୍ପଲତା ଭୋଇ କୁହନ୍ତି, ଗ୍ରାମ ରାସ୍ତା ପାଇଁ ପଞ୍ଚାୟତ ତରଫରୁ ଅଧିକ ଟଙ୍କା ମଞ୍ଜୁର ହୋଇପାରୁନାହିଁ। ୨୦୧୫ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୂୁକ୍ତ ପାଇଁ ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri