ଗାଁରେ ବାହାର ଲୋକଙ୍କ ପ୍ରବେଶକୁ ବିରୋଧ

ବାରିପଦା ଅଫିସ, ୨୦ା୪- କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ ଡ଼ାଉନ ହୋଇଛି। ଏହି ସମୟରେ ଅତି ଆବଶ୍ୟକ ନ ପଡ଼ିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ମୟୂରଭଞ୍ଜ ଜିଲାର ବିଭିନ୍ନ ଗ୍ରାମରେ ଅନ୍ୟ ଲୋକମାନଙ୍କୁ କୌଣସି ଜରୁରୀ କାମ ନ ଥିଲେ ପ୍ରବେଶ ନ କରିବା ପାଇଁ ଗାଁ ମୁଣ୍ଡରେ ବାଉଁଶ ବନ୍ଧା ହେଉଥିବା ମଧ୍ୟ ଦେଖିବାକୁ ମିଳୁଛି। ଏପରି ସ୍ଥଳେ ରବିବାର ସକାଳେ ବାରିପଦା ସହରର ୧୭ନଂ. ୱାର୍ଡ଼ରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଯଶିପୁର ଅଞ୍ଚଳର କିଛି ଲୋକ ଆସିଥିବା ଜାଣି ସ୍ଥାନୀୟ ଲୋକମାନେ ଏହାକୁ ବିରୋଧ କରିଥିଲେ। ଯଶିପୁର ଅଞ୍ଚଳରୁ ଆସିଥିବା ୮ ଜଣ ଲୋକ ଏବଂ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସାହିକୁ ପ୍ରବେଶ ନେଇ ଉତ୍ତେଜନା ଦେଖା ଦେଇଥିଲା। ଖବର ପାଇ ବାରିପଦା ଟାଉନ ପାଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା କରିଥିଲା। ମିଳିଥିବା ସୂଚନା ଅନୁସାରେ ଯଶିପୁର ଅଞ୍ଚଳର ଜଣେ ମହିଳାଙ୍କୁ ୩ ଦିନ ତଳେ ଜ୍ୱର ହେବାରୁ ତାଙ୍କୁ ଯଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଜ୍ୱର ନ କମିବାରୁ ବାରିପଦା ପିଆରଏମ୍‌ ମେଡ଼ିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଉକ୍ତ ମହିଳା ଓ ତାଙ୍କ ସମ୍ପର୍କୀୟ ପିଆରଏମ୍‌ ମେଡ଼ିକାଲକୁ ନ ଯାଇ ବାରିପଦା ସହରର ୧୭ ନଂ. ୱାର୍ଡ଼ରେ ଥିବା ତାଙ୍କ ବନ୍ଧୁଙ୍କ ଘରକୁ ଆସିଥିଲେ। ସ୍ଥାନୀୟବାସିନ୍ଦା ଏହାକୁ ବିରୋଧ କରିବାରୁ ଗ୍ରାମରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ବାରିପଦା ତହସିଲଦାର ରାମଚନ୍ଦ୍ର ସୋରେନ୍‌ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ସହିତ ଜ୍ୱରରେ ଆକ୍ରାନ୍ତ ମହିଳାଙ୍କୁ ସେଠାରୁ ପିଆରଏମ୍‌ ମେଡ଼ିକାଲ୍‌କୁ ପଠାଇ ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri