ଗାଁରେ ବାହାର ଲୋକଙ୍କ ପ୍ରବେଶକୁ ବିରୋଧ

ବାରିପଦା ଅଫିସ, ୨୦ା୪- କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ ଡ଼ାଉନ ହୋଇଛି। ଏହି ସମୟରେ ଅତି ଆବଶ୍ୟକ ନ ପଡ଼ିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ମୟୂରଭଞ୍ଜ ଜିଲାର ବିଭିନ୍ନ ଗ୍ରାମରେ ଅନ୍ୟ ଲୋକମାନଙ୍କୁ କୌଣସି ଜରୁରୀ କାମ ନ ଥିଲେ ପ୍ରବେଶ ନ କରିବା ପାଇଁ ଗାଁ ମୁଣ୍ଡରେ ବାଉଁଶ ବନ୍ଧା ହେଉଥିବା ମଧ୍ୟ ଦେଖିବାକୁ ମିଳୁଛି। ଏପରି ସ୍ଥଳେ ରବିବାର ସକାଳେ ବାରିପଦା ସହରର ୧୭ନଂ. ୱାର୍ଡ଼ରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଯଶିପୁର ଅଞ୍ଚଳର କିଛି ଲୋକ ଆସିଥିବା ଜାଣି ସ୍ଥାନୀୟ ଲୋକମାନେ ଏହାକୁ ବିରୋଧ କରିଥିଲେ। ଯଶିପୁର ଅଞ୍ଚଳରୁ ଆସିଥିବା ୮ ଜଣ ଲୋକ ଏବଂ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସାହିକୁ ପ୍ରବେଶ ନେଇ ଉତ୍ତେଜନା ଦେଖା ଦେଇଥିଲା। ଖବର ପାଇ ବାରିପଦା ଟାଉନ ପାଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା କରିଥିଲା। ମିଳିଥିବା ସୂଚନା ଅନୁସାରେ ଯଶିପୁର ଅଞ୍ଚଳର ଜଣେ ମହିଳାଙ୍କୁ ୩ ଦିନ ତଳେ ଜ୍ୱର ହେବାରୁ ତାଙ୍କୁ ଯଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଜ୍ୱର ନ କମିବାରୁ ବାରିପଦା ପିଆରଏମ୍‌ ମେଡ଼ିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଉକ୍ତ ମହିଳା ଓ ତାଙ୍କ ସମ୍ପର୍କୀୟ ପିଆରଏମ୍‌ ମେଡ଼ିକାଲକୁ ନ ଯାଇ ବାରିପଦା ସହରର ୧୭ ନଂ. ୱାର୍ଡ଼ରେ ଥିବା ତାଙ୍କ ବନ୍ଧୁଙ୍କ ଘରକୁ ଆସିଥିଲେ। ସ୍ଥାନୀୟବାସିନ୍ଦା ଏହାକୁ ବିରୋଧ କରିବାରୁ ଗ୍ରାମରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ବାରିପଦା ତହସିଲଦାର ରାମଚନ୍ଦ୍ର ସୋରେନ୍‌ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ସହିତ ଜ୍ୱରରେ ଆକ୍ରାନ୍ତ ମହିଳାଙ୍କୁ ସେଠାରୁ ପିଆରଏମ୍‌ ମେଡ଼ିକାଲ୍‌କୁ ପଠାଇ ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri