ଗାଁ-ଗରିବ ଚାଷୀ-ରୋଜଗାରକୁ ବଜେଟରେ ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଗାଁ-ଗରିବ ଚାଷୀ-ରୋଜଗାରକୁ ଗୁରୁତ୍ୱ ଦିଆଯାଇଛି। ୨୦୩୦ ସୁଦ୍ଧାରେ ଦେଶରେ ଯୁବବର୍ଗଙ୍କ ସଂଖ୍ୟା ଅନ୍ୟ ବର୍ଗଙ୍କ ତୁଳନାରେ ଅଧିକ ରହିବ। ସେମାନଙ୍କୁ ଆବଶ୍ୟକ ନିଯୁକ୍ତି ଯୋଗାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ରହିଛନ୍ତି। ସାଗର ମିତ୍ର ଯୋଜନା ଦ୍ୱାରା ଯୁବବର୍ଗଙ୍କ ବିକାଶ ଲାଗି ଉଦ୍ୟମ କରାଯିବ। ସେହିପରି ସବ୍‌ କା ସାଥ୍‌ ସବ୍‌ କା ବିକାଶ ଅନ୍ତର୍ଗତ ପଛୁଆ ବର୍ଗଙ୍କ ପାଇଁ ସ୍ବତନ୍ତ୍ର ଯୋଜନା ଲାଗୁ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତିି। ସେହିପରି ସ୍ବାସ୍ଥ୍ୟ ସେବାର ବିକାଶ ଲାଗି ଆୟୁଷ୍ମାନ ଯୋଜନାରେ ୨୦ ହଜାର ହସ୍ପିଟାଲକୁ ସଂଯୋଗ କରାଯିବ। ୨୦୨୫ ସୁଦ୍ଧା ଦେଶରୁ ଟିବି ରୋଗର ଅନ୍ତ ଘଟାଇବା ପାଇଁ ଯୋଜନା କରାଯାଇଛି। ଚାଷୀଙ୍କ ପାଇଁ ୧୬ ସୂତ୍ରୀ ଯୋଜନା ଲାଗୁ କରିବାକୁ ସୀତାରମଣ ସୂଚନା ଦେଇଛନ୍ତି। ଚାଷୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି। କ୍ଷୀର, ମାଛ, ମାଂସ ସଂରକ୍ଷଣ ପାଇଁ ନୂଆ ଯୋଜନା କରାଯିବ। ଏହା ଦ୍ୱାରା ଏହି କ୍ଷେତ୍ର ସହିତ ଜଡ଼ିତ ଥିବା ଚାଷୀ ଉପକୃତ ହୋଇପାରିବେ। ସେହିପରି ୨୦୨୫ ସୁଦ୍ଧା ଦୁଗ୍ଧ ଉତ୍ପାଦନ ୨ଗୁଣା କରାଯିବାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହାକୁ ୧୦୮ ନିୟୁତ ଟନ୍‌ରେ ପହଞ୍ଚାଇବା ଲାଗି ସରକାର ଯୋଜନା କରିଛନ୍ତି। ଏହା ସହିତ ଚାଷୀଙ୍କ ପାଇଁ ଭଣ୍ଡାର ଯୋଜନା ଲାଗୁ କରାଯିବା ନେଇ ଅର୍ଥନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri