ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ

ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା ଅଭୟାରଣ୍ୟରୁ ହାତୀମାନେ ପାହାଡ଼ ତଳକୁ ଆସି ରାତିରେ ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ଗ୍ରାମରେ ପଶି ଛଣଛପର, ଝାଟିମାଟି ଘରୁ, ଡୋଲିରୁ, ବସ୍ତାରୁ ଚାଉଳ, ଆମ୍ବଟୋଇରୁ ପାଚିଲା ଆମ୍ବ, ଖମ୍ବଆଳୁ ଆଦି ଖାଇବା ସହ ପନିପରିବା କ୍ଷେତ ମାଡ଼ି ଦଳି ଦେଉଛନ୍ତି। ଗ୍ରାମବାସୀ ବାଣ ଫୁଟାଇବା ସହ ଘଣ୍ଟା ପିଟି ଶବ୍ଦ କରି ହାତୀ ଘଉଡ଼ାଇବାକୁ ଚେଷ୍ଟା କଲେ ମଧ୍ୟ କିଛି ଫଳ ହେଉନି। ହାତୀପଲ ଗାଁ ଛାଡି ଯାଉ ନ ଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡିଛନ୍ତି। ଏପରିକି ଗ୍ରାମବାସୀ ହାତୀ ଉପରକୁ ଠେଙ୍ଗା ବାଡ଼ି ଫିଙ୍ଗିଲେ ସେମାନେ ଶୁଣ୍ଢରେ ଠେଙ୍ଗାବାଡ଼ି ନେଇ ଖେଳୁଛନ୍ତି ବୋଲି ଗ୍ରାମର ବାବୁ ମଢ଼େଇ, ଭାସ୍କର ସେନାପତି, ନଟବର ଗିିରି, ଦୁର୍ଯ୍ୟୋଧନ ଖେଜୁରିଆ ପ୍ରମୁଖ କହିଛନ୍ତି। ଅନ୍ୟପକ୍ଷରେ ବନବିଭାଗ ମଧ୍ୟ ହାତୀ ଘଉଡ଼ାଇବାରେ ନାକେଦମ୍‌ ହେଉଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ। ଗ୍ରାମବାସୀ ହାତୀ ଉପଦ୍ରବର ସ୍ଥାୟୀ ପ୍ରତିକାର ପାଇଁ ସ୍ଥାନୀୟ ଔପଦାସ୍ଥ ବନବିଭାଗ ରେଞ୍ଜ କାର୍ଯ୍ୟାଳୟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri