ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ ଫେରିବାକୁ ପ୍ରବାସୀ ଓଡ଼ିଆଙ୍କ ଉତ୍କଣ୍ଠା ବଢ଼ିଯାଇଛି। ପଞ୍ଜୀକରଣରୁ ଯେମିତି ବଞ୍ଚତ୍ତ ନ ହେବେ ସେଥିପାଇଁ ପ୍ରବାସୀ ଓଡ଼ିଆ ଓ ସେମାନଙ୍କ ପରିବାର ବ୍ୟତିବ୍ୟସ୍ତ ହୋଇପଡୁଥିବା ଦେଖିବାକୁ ମିଳୁଛି। ପଞ୍ଚାୟତ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ସରକାରଙ୍କ ଟୋଲ୍‌ ଫ୍ରି ନମ୍ବରକୁ ବାରମ୍ବାର ଫୋନ୍‌ କରି ପଚାରି ବୁଝୁଛନ୍ତି। ଇତିମଧ୍ୟରେ ପଞ୍ଚାୟତ ସ୍ତରରେ ଓ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପୋର୍ଟାଲରେ ପଞ୍ଜୀକରଣ ଦ୍ରୁତ ଗତିରେ ଚାଲିଛି। କେହି ନିଜେ ପଞ୍ଜୀକରଣ କରୁଥିବାବେଳେ ଆଉ କେହି ସମ୍ପର୍କୀୟଙ୍କ ପାଇଁ ପଞ୍ଜୀକରଣ କରୁଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି। ୪୮ ଘଣ୍ଟା ମଧ୍ୟରେ ୪ ଲକ୍ଷ ୮୬ ହଜାର ପଞ୍ଜୀକରଣ ହୋଇଥିବା କୋଭିଡ୍‌-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ସୂଚନାଯୋଗ୍ୟ, ବିନା ପଞ୍ଜୀକରଣରେ କେହି ଓଡ଼ିଶା ଫେରି ପାରିବେ ନାହିଁ। ଯେଉଁମାନେ ଫେରିବେ ସେମାନଙ୍କୁ ଗ୍ରାମପଞ୍ଚାୟତ ସ୍ତରରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନିଆଯିବ। ସେଠାରେ ସେମାନଙ୍କୁ ୧୪ ଦିନ ସଙ୍ଗରୋଧରେ ରଖାଯିବ। ଓଡ଼ିଶା ଫେରନ୍ତାଙ୍କ ପାଇଁ ୬୭୯୮ଟି ଗ୍ରାମପଞ୍ଚାୟତରେ ନୋଡାଲ ଅଫିସରଙ୍କୁ ତାଲିମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri