ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର

ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳା ଜଣକ ହେଲ ଉକ୍ତ ଗ୍ରାମର ମମି ସିଂ(୩୦)। ସେହିଭଳି ତାଙ୍କ ସ୍ବାମୀ ନିରଞ୍ଜନ(୪୦) ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି।
ସୂଚନାନୁଯାୟୀ, ରାତିରେ ଉକ୍ତ ଗ୍ରାମରେ ଭୋଜି ହେଉଥିଲା। କିଛି ଲୋକ ଭୋଜି ଖାଉଥିବା ବେଳେ ଗ୍ରାମର କେତେକ ନିଶାସକ୍ତ ଯୁବକ ସେଠାରେ ପହଞ୍ଚି ହୋହଲ୍ଲା କରିଥିଲେ। ଏହାକୁ ବିରୋଧ କରି ଲୋକଙ୍କୁ ଖାଇବା ସମୟରେ ହଇରାଣ କରନାହିଁ ବୋଲି ନିରଞ୍ଜନ କହିଥିଲେ। ଏ ନେଇ ତାଙ୍କର ମନୋଜ ନାୟକ(୨୦)ଙ୍କ ସହ ବଚସା ପରେ ଧସ୍ତାଧସ୍ତି ହୋଇଥିଲା। ପରେ ଉଭୟଙ୍କୁ ଲୋକେ ବୁଝାଇବା ପରେ ସେମାନେ ଘରକୁ ଚାଲି ଯାଇଥିଲେ। ମାତ୍ର ଏହି ଘଟଣାକୁ ନେଇ ସେ ଉତ୍ତ୍ୟକ୍ତ ହୋଇ ବିଳମ୍ବିତ ରାତିରେ ଭୁଜାଲି ନେଇ ନିରଞ୍ଜନଙ୍କ କବାଟ ବାଡେଇଥିଲେ। ମମି କବାଟ ଖୋଲିବାରୁ ମନୋଜ ତାଙ୍କୁ ପ୍ରଥମେ ହାଣିଥିଲେ। ପରେ ମମିଙ୍କୁ ରକ୍ଷା କରିବାକୁ ଯାଇ ନିରଞ୍ଜନ ସେଠାକୁ ଆସିବାରୁ ସେ ମଧ୍ୟ ଭୁଜାଲି ଚୋଟରେ ଗୁରୁତର ହୋଇଥିଲେ। ତେବେ ଘଟଣାସ୍ଥଳରେ ମମିଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ପହଞ୍ଚି ନିରଞ୍ଜନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛନ୍ତି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ମନୋଜ ଫେରାର ଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଚଢ଼ାଉ କରୁଥିବା ଥାନା ଅଧିକାରୀ ମମତା ପତି ସୂଚନା ଦେଇଛନ୍ତି। ଏ ନେଇ ଗାଁରେ ଚାପା ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri