ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର

ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳା ଜଣକ ହେଲ ଉକ୍ତ ଗ୍ରାମର ମମି ସିଂ(୩୦)। ସେହିଭଳି ତାଙ୍କ ସ୍ବାମୀ ନିରଞ୍ଜନ(୪୦) ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି।
ସୂଚନାନୁଯାୟୀ, ରାତିରେ ଉକ୍ତ ଗ୍ରାମରେ ଭୋଜି ହେଉଥିଲା। କିଛି ଲୋକ ଭୋଜି ଖାଉଥିବା ବେଳେ ଗ୍ରାମର କେତେକ ନିଶାସକ୍ତ ଯୁବକ ସେଠାରେ ପହଞ୍ଚି ହୋହଲ୍ଲା କରିଥିଲେ। ଏହାକୁ ବିରୋଧ କରି ଲୋକଙ୍କୁ ଖାଇବା ସମୟରେ ହଇରାଣ କରନାହିଁ ବୋଲି ନିରଞ୍ଜନ କହିଥିଲେ। ଏ ନେଇ ତାଙ୍କର ମନୋଜ ନାୟକ(୨୦)ଙ୍କ ସହ ବଚସା ପରେ ଧସ୍ତାଧସ୍ତି ହୋଇଥିଲା। ପରେ ଉଭୟଙ୍କୁ ଲୋକେ ବୁଝାଇବା ପରେ ସେମାନେ ଘରକୁ ଚାଲି ଯାଇଥିଲେ। ମାତ୍ର ଏହି ଘଟଣାକୁ ନେଇ ସେ ଉତ୍ତ୍ୟକ୍ତ ହୋଇ ବିଳମ୍ବିତ ରାତିରେ ଭୁଜାଲି ନେଇ ନିରଞ୍ଜନଙ୍କ କବାଟ ବାଡେଇଥିଲେ। ମମି କବାଟ ଖୋଲିବାରୁ ମନୋଜ ତାଙ୍କୁ ପ୍ରଥମେ ହାଣିଥିଲେ। ପରେ ମମିଙ୍କୁ ରକ୍ଷା କରିବାକୁ ଯାଇ ନିରଞ୍ଜନ ସେଠାକୁ ଆସିବାରୁ ସେ ମଧ୍ୟ ଭୁଜାଲି ଚୋଟରେ ଗୁରୁତର ହୋଇଥିଲେ। ତେବେ ଘଟଣାସ୍ଥଳରେ ମମିଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ପହଞ୍ଚି ନିରଞ୍ଜନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛନ୍ତି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ମନୋଜ ଫେରାର ଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଚଢ଼ାଉ କରୁଥିବା ଥାନା ଅଧିକାରୀ ମମତା ପତି ସୂଚନା ଦେଇଛନ୍ତି। ଏ ନେଇ ଗାଁରେ ଚାପା ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri