କପ୍ତିପଦା,୨୩ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କଟୁରିଆ ହୁଡିସାହି ଗ୍ରାମର ଦୁଲି ମୁର୍ମୁ ନାମକ ଜଣେ ମହିଳାଙ୍କ ଏକ ଗାଈକୁ ନଟୋ ସଂରକ୍ଷିତ ଜଙ୍ଗଲରେ ବାଘ ଖାଇ ଯାଇଥିବା ଅଭିଯୋଗ ହୋଇଛି ା ସ୍ବେଚ୍ଛାସେବୀ ଜୟ ମୁର୍ମୁଙ୍କ ସହାୟତାରେ ସମ୍ପୃକ୍ତ ମହିଳା ଜଣକ କପ୍ତିପଦା ରେଞ୍ଜର ମହେଶ୍ୱର ସିଂଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଗତ ୨୦ ତାରିଖରେ ଗାଈଟିକୁ ଚରିବା ପାଇଁ ଜଙ୍ଗଲ ନିକଟରେ ଛାଡି ଦିଆଯାଇଥିଲା। ମାତ୍ର ସେ ଘରକୁ ଫେରି ନ ଥିଲା। ଗ୍ରାମବାସୀଙ୍କ ସହଯୋଗରେ ମହିଳା ଜଣକ ଖୋଜାଖୋଜି କରୁଥିବା ବେଳେ ନଟୋ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଗାଈର ଖଣ୍ଡିଆ ଖାବରା ଦେହାବଶେଷ ପାଇଥିଲେ। ଜଙ୍ଗଲରେ ବାଘ ଥିବାରୁ ଗାଈଟିକୁ ସେ ଖାଇ ଯାଇଥିବା ଗ୍ରାମବାସୀ ସନ୍ଦେହ କରି ରେଞ୍ଜରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏଥିନେଇ ରେଞ୍ଜର ସିଂଙ୍କୁ ପଚାରିବାରୁ ଘଟଣାସ୍ଥଳକୁ ବନ ବିଭାଗ କର୍ମଚାରୀ ଯାଇଛନ୍ତି ଓ ତଦନ୍ତ ପରେ ଯାହା କିଛି ଜଣାପଡିବ ବୋଲି କହିଛନ୍ତି।
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,
ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…
ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ
ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…
Archives

