ଗାଈ ଫସଲ ଖାଇଦେବାରୁ ମହିଳାଙ୍କୁ ହତ୍ୟା କଲେ ମହିଳା

ଓଡ଼ଗାଁ,୧୦।୩: ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଓ ବାହାଡ଼ାଝୋଲା ଫାଣ୍ଡି ଅଧୀନ ବଧୁଲିପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ମହିଳାଙ୍କ ମଧ୍ୟରେ ହାତାହାତି ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତିଳୋତ୍ତମା ବେହେରା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ ଏକ ମାମଲା(ନଂ.୨୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ, ବଧୁଲିପୁର ଗ୍ରାମର ତିଳୋତ୍ତମା ଓ ଝୁନୁ ବେହେରାଙ୍କ ମଧ୍ୟରେ ଟଙ୍କା ଦେଣନେଣ ଓ ବିଲରେ ଗାଈ ମୁଗ ଖାଇବାକୁ କେନ୍ଦ୍ର କରି ବୁଧବାର ସକାଳେ ବଚସା ହୋଇଥିଲା। ଉଭୟେ ପରସ୍ପରକୁ ଗାଲିଗୁଲଜ କରିବା ପରେ ଠେଲାପେଲା ହୋଇଥିଲେ। ଏଥିରେ ତିଳୋତ୍ତମା ତଳେ ପଡିଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା  ।  ପରେ ଗାଁରେ ବିବାଦର ସମାଧାନ ପାଇଁ ଉଦ୍ୟମ କରାଯାଇଥିଲା । ହେଲେ ସମାଧାନର କୌଣସି ସୂତ୍ର ନ ବାହାରିବାରୁ ତିଳୋତ୍ତମାଙ୍କ ସ୍ବାମୀ ଅର୍ଜୁନ ଓଡ଼ଗାଁ ଥାନାରେ ଅଭିଯୋଗ କରିଥିଲେ। ଝୁନୁ ବେହେରା, ତାଙ୍କ ଝିଅ ଓ ଅନ୍ୟ ସମ୍ପର୍କୀୟମାନେ ବିଭିନ୍ନ ମାରଣାସ୍ତ୍ରରେ ତାଙ୍କ ସ୍ତ୍ରୀଙ୍କୁ ଆକ୍ରମଣ କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ତଦନ୍ତକାରୀ ଅଧିକାରୀ ସଞ୍ଜୟ କୁମାର ପରିଡା ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri