Posted inଖେଳ

ଗାଙ୍ଗୁଲି ଡାଲମିଆ ବକ୍ତୃତା ପ୍ରଦାନ କରିବେ

କୋଲକାତା,୬।୨(ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଜଗମୋହନ ଡାଲମିଆ ଆନୁଆଲ କନ୍‌କ୍ଲେଭରେ ବକ୍ତୃତା ପ୍ରଦାନ କରିବେ। ଏ ନେଇ କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) ଅଧ୍ୟକ୍ଷ ଅଭିଷେକ ଡାଲମିଆ ଘୋଷଣା କରିନ୍ତି। ଆଗାମୀ ମାର୍ଚ୍ଚରେ ଖେଳାଯିବାକୁ ଥିବା ଭାରତ- ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ ମ୍ୟାଚ୍‌ର ଅବ୍ୟବହିତ ପୂର୍ବରୁ ୧୮ ତାରିଖରେ ଐତିହାସିକ ଇଡେନ ଗାର୍ଡେନ୍ସରେ ଏହି କନ୍‌କ୍ଲେଭର ଆୟୋଜନ ହେବ। ଗାଙ୍ଗୁଲି ଏ ନେଇ ସମ୍ମତି ପ୍ରକାଶ କରିଛନ୍ତି ବୋଲି ଅଭିଷେକ କହିଛନ୍ତି। ଗତଥର ୨୦୧୮ରେ ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଗ୍ରେମ୍‌ ସ୍ମିଥ୍‌ ବକ୍ତୃତା ପ୍ରଦାନ କରିଥିଲେ। ଏହି ଅବସରରେ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା ଉପସ୍ଥିତ ଥିଲେ। ଉଲ୍ଲେଖଥାଉ କି, ପୂର୍ବତନ ବିସିସିଆଇ ସଭାପତି ତଥା ବରିଷ୍ଠ କ୍ରିକେଟ ପ୍ରଶାସକ ଜଗମୋହନ ଡାଲମିଆଙ୍କ ସ୍ମୃତିରେ ଏହା ଆୟୋଜିତ ହୋଇଆସୁଛି। ପ୍ରଥମ ସଂସ୍କରଣରେ କପିଳ ଦେବ ବକ୍ତୃତା ପ୍ରଦାନ କରିଥିଲେ। ସେତେବେଳେ ଶ୍ରୀଲଙ୍କା କ୍ରିକେଟ ଅଧ୍ୟକ୍ଷ ଥିଲଙ୍ଗା ସୁମାଥିପାଲା ଓ ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ୍‌ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri