Posted inଭଦ୍ରକ

ଗାଡ଼ିରୁ ଖସି ଶ୍ରମିକଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ତୋରତ ପୋଲ ଉପରେ ରବିବାର ରାତିରେ ଗାଡ଼ିରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧାମନଗର ଥାନା ମୁସ୍ତାଫାପୁର ପଞ୍ଚାୟତ ଅଧୀନ ଗୌଡବିଶ ନୂଆପଡା ଗ୍ରାମର ବଳିଆ ସିଧୁ। ତାଙ୍କ ସ୍ତ୍ରୀ କୁନି ସିଧୁ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମୃତଦେହ ଜବତ କରି ସୋମବାର ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଥିଲା। ଏ ନେଇ ଥାନାରେ ଏକ ମାମଲା(ନଂ.୧୨୧/୧୯) ରୁଜୁ କରାଯାଇଛି।
ସୂଚନା ଅନୁସାରେ, ଧାମନଗର ଅଞ୍ଚଳର କେତେକ ଶ୍ରମିକ ପାଣିକୋଇଲି ଅଞ୍ଚଳରୁ କାମ ସାରି ଟାଟାଏସିଇ(ନଂ. ଓଡି ୨୨ ଏଲ୍‌ ୨୪୧୮ ନଂ)ରେ ମିକ୍ସଚର ମେଶିନ ବାନ୍ଧି ଫେରୁଥିଲେ। ତୋରତ ପୋଲ ନିକଟରେ ମିକ୍ସଚର ମେଶିନରୁ ଗାଡ଼ି ସଂଯୋଗ ଖୋଲିଯିବାରୁ ବଳିଆ ରାସ୍ତାରେ ଖସି ପଡ଼ିଥିଲେ। ମେଶିନ ମାଡ଼ରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଭଣ୍ଡାରିପୋଖରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri