ଗାଡ଼ିରେ ଦିନିକିଆ ପାସ୍‌ ଲଗାଇଲା ପୋଲିସ

ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ କୌଣସି ପାସ୍‌ ଆବଶ୍ୟକ ନାହିଁ। ସେମାନେ କେବଳ ଆଇକାର୍ଡ ଦେଖାଇ ଯାଇପାରିବେ ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ହେଲେ ବ୍ୟାଙ୍କ୍‌ ଓ ଅନ୍ୟ ଜରୁରୀ ସେବା ଯୋଗାଉଥିବା ସଂସ୍ଥା ପାଇଁ ପାସ୍‌ର ଆବଶ୍ୟକତା ରହିଥିବା ସୂଚନା ମିଳିବା ପରେ ଏଥିପାଇଁ ଏବେ ଡିସିପି ଅଫିସ ଆଗରେ ପୁଣି ଭିଡ଼ ଦେଖିବାକୁ ମିଳୁଛି। ସେଠାରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ହେଉଛି। ଲୋକେ ପାଖାପାଖି ଛିଡାହୋଇ ଲାଇସେନ୍ସ ସେଲରୁ ପାସ୍‌ ନେଉଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଗୁରୁବାର ପୋଲିସ ବିଭିନ୍ନ ଛକରେ ଚେକିଂ କରି ଜରୁରୀ ଆବଶ୍ୟକତା ଥିବା ଲୋକଙ୍କୁ ଦିନିକିଆ ପାସ୍‌ ଦେଇଛି। ଯେଉଁମାନେ ରୋଗୀ ନେଇ ଯାଉଛନ୍ତି କିମ୍ବା ଅନ୍ୟ ଜରୁରୀ ସେବାରେ ନିୟୋଜିତ ଅଛନ୍ତି ସେମାନଙ୍କୁ ଏହି ପାସ୍‌ ଦିଆଯାଉଛି। ଏଜି ଛକରେ ଏକାଧିକ ଗାଡ଼ିକୁ ଅଟକାଇ ଯାଞ୍ଚ କରାଯିବା ପରେ କେତେକ ଗାଡ଼ିରେ ପାସ୍‌ ଲଗାଯାଇଥିଲା। ଏଭଳି ବ୍ୟବସ୍ଥାକୁ ଜରୁରିସେବା ଯୋଗାଉଥିବା ବ୍ୟକ୍ତିମାନେ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri