ଗାଡ଼ି ଖରାପ ହୋଇଗଲା, ବରଗଡ଼ରେ ଅଟକିଲେ ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୫।୫: ଅଧାବାଟରେ ଗାଡ଼ି ଅଚଳ ହୋଇଯିବାରୁ ପ୍ରବାସୀ ଶ୍ରମିକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଶୁକ୍ରବାର ଏଭଳି ଏକ ଘଟଣା ଘଟିଛି ।
ମହାରାଷ୍ଟ୍ରର ବନ୍ଦରପୁରରେ କାମ କରୁଥିବା ପଶ୍ଚିମବଙ୍ଗ ମଲଦାର ୫୩ଜଣ ଶ୍ରମିକ ୩ଟି ଗାଡ଼ିରେ ଘରକୁ ଫେରୁଥିଲେ। ଶୁକ୍ରବାର ସକାଳ ପ୍ରାୟ ୮ଟାରେ ସେମାନେ ବରଗଡ଼ ହଳଦୀପାଲି ଛକରେ ପହଞ୍ଚିବା ପରେ ଗୋଟିଏ ଗାଡି ଅଚଳ ହୋଇ ପଡ଼ିଥିଲା। ଫଳରେ ସମସ୍ତ ଶ୍ରମିକ ଅପରାହ୍ନ ପ୍ରାୟ ୩ଟା ପର୍ଯ୍ୟନ୍ତ ସେଠାରେ ଅଟକି ରହିଥିଲେ । ଗୁଡ଼େଶିରା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଗଡ଼ନାୟକ ଶ୍ରମିକଙ୍କ ଖାଇବା ବ୍ୟବସ୍ଥା କରିଥିଲେ ଏବଂ ଗ୍ୟାରେଜରୁ ମେକାନିକ୍‌ ଡକାଇ ଗାଡ଼ି ମରାମତି କରାଇଥିଲେ । ଶ୍ରମିକମାନେ ପୁଣି ନିଜ ଘର ଅଭିମୁଖେ ଯାଇଥିଲେ । ସେମାନେ ପ୍ରାୟ ୪ମାସ ତଳେ ମହାରାଷ୍ଟ୍ରକୁ କାମ କରିବାକୁ ଯାଇଥିଲେ। ସେଠାରେ ଟାୱାର ଖୁଣ୍ଟ ପୋତିବାରେ ସେମାନେ ନିୟୋଜିତ ଥିଲେ। ଜଣ ପ୍ରତି ମାସିକ ୧୦ହଜାର ଟଙ୍କା ଲେଖାଏ ପାରିଶ୍ରମିକ ମିଳୁଥିଲା। ମାତ୍ର ଲକ୍‌ଡାଉନ୍‌ ପରେ ସେମାନଙ୍କ କାମ ବନ୍ଦ ହୋଇଯାଇଥିଲା। ଶେଷରେ ସେମାନେ ୧ଲକ୍ଷ ୭୦ହଜାର ଟଙ୍କାରେ ୩ଟି ଗାଡ଼ି ଭଡ଼ା କରି ଘରକୁ ଫେରୁଥିବା ଶ୍ରମିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri