ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଅଲିଫ ବୀର(୧୫)। ସେହିଭଳି ଆହତମାନେ ହେଲେ ମଧିୟାସ ଲିମା(୧୩), ରେହାନ ନାୟକ(୦୭), ମୋନାଲିସା ପରିଚ୍ଛା (୧୬), ଲିଲି ବୀର(୧୩), ସାଇନା ଲିମା (୦୪), ମଧୁସ୍ମିତା ନାୟକ(୪), ଓ ସାହିଲ ଛିଞ୍ଚାଣି (୧୪)। ସମସ୍ତଙ୍କୁ ପ୍ରଥମେ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ଅଲିଫଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ନେବାକୁ ପ୍ରୟାସ କରାଯାଉଛି।

ସୂଚନାନୁଯାୟୀ, ସବୁଦିନ ପରି ଶୁକ୍ରବାର ଶିଙ୍କୁଳିପଦର ଗ୍ରାମରୁ ୧୨ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଅଟୋ(ଓଡି୦୭ଓ୍ବାଇ ୪୮୦୫) ଚନ୍ଦ୍ରଗିରି ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ତେବେ ଡ୍ରାଇଭର ମୋବାଇଲରେ କଥା ହୋଇ ଗାଡ଼ି ଚଳାଉଥିବା ଯୋଗୁ ଜାଲିବାଡ଼ଇ ଗ୍ରାମ ବୁଲାଣି ରାସ୍ତାରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ସ୍ଥାନୀୟଲୋକେ ଘଟଣାସ୍ଥଳରେ ପହଞ୍ଚି ଆହତ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି କାର୍‌ ଏବଂ ଅନ୍ୟ ଅଟୋ ସାହାଯ୍ୟରେ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଖବର ପାଇ ଚନ୍ଦ୍ରଗିରି ମେଡିକାଲରେ ମୋହନା ଥାନା ପୋଲିସ ଏସ୍‌ଆଇ ଆଲୋକ ରଞ୍ଜନ ଜଗଦଳା ଏବଂ ତାଙ୍କ ଟିମ୍‌ ପହଞ୍ଚି ଆହତମାନଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିଛନ୍ତି। ଏଥିସହ ଦୁର୍ଘଟଣା ଘଟାଇଥିବା ଅଟୋକୁ ଜବତ କରି ଚନ୍ଦ୍ରଗିରି ପୋଲିସ ଫାଣ୍ଡିକୁ ଆଣି ତଦନ୍ତ ଚଳାଇଛନ୍ତି। କିନ୍ତୁ ଦୁର୍ଘଟଣା ଘଟାଇଥିବା ଡ୍ରାଇଭର ଫେରାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?