ଗାଡ଼ି ଛାଡିବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଟିପର ମାଲିକ

କେନ୍ଦୁଝର, ୨୮ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ବାଂଶପାଳ ଫାଣ୍ଡିର ପୂର୍ବତନ ଅଧିକାରୀଙ୍କ ବିରୋଧରେ ଲାଞ୍ଚ ନେବା ଭଳି ଗୁରୁତର ଅଭିଯୋଗ ଆସିଛି। ଦୁର୍ଘଟଣା ଘଟାଇଥିବା ଏକ ଟିପ୍ପରକୁ ଛାଡିଦେବା ପାଇଁ ସେ ଗାଡ଼ି ମାଲିକ ତଥା ବାମେବାରୀ ଥାନା ବଳଭଦ୍ରପୁର ଗ୍ରାମର ମଙ୍ଗରାଜ ମହାନ୍ତଙ୍କଠାରୁ ୧୦ ହଜାର ଟଙ୍କା ନେଇଥିଲେ ା ତଥାପି ଗାଡ଼ି ଛାଡି ନ ଥିଲେ ା ଏଥିପାଇଁ ସେ ଆଉ ୨୦ ହଜାର ଟଙ୍କା ଦାବି କରିଥିଲେ ବୋଲି ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି ା
ସୂଚନା ଅନୁଯାୟୀ, ଗତ ୧୦ ତାରିଖରେ ବାଂଶପାଳ ବ୍ଲକସ୍ଥିତ ଏକ କାରଖାନାରେ ଟିପ୍ପର ଦୁର୍ଘଟଣାରେ ଅଲେଖ ନାଏକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା ା ଏ ନେଇ ନୟାକୋଟ ଥାନାରେ ଏକ ମାମଲା (ନଂ.୩୭/୨୦୨୦) ରୁଜୁ ହୋଇଥିଲା। ଗାଡି ଚାଳକ କେନ୍ଦୁଝର କୋର୍ଟରୁ ଜାମିନରେ ଆସିଥିଲେ। କିନ୍ତୁ ବାଂଶପାଳ ଫାଣ୍ଡି ଅଧିକାରୀ ଉକ୍ତ ଟିପ୍ପରକୁ ଫାଣ୍ଡି ପରିସରକୁ ନେଇ ଗାଡି ମାଲିକ ମଙ୍ଗରାଜଙ୍କୁ ଡକାଇଥିଲେ। ସେ ଗାଡି ଛାଡିବା ପାଇଁ ୧୦ ହଜାର ଟଙ୍କା ନେଇଥିଲେ ା ଦୁଇ ଦିନ ପରେ ଆସି ଗାଡି ନେଇଯିବାକୁ କହିଥିଲେ ା ୨ ଦିନ ପରେ ମଙ୍ଗରାଜ ଫାଣ୍ଡିରେ ପହଞ୍ଚତ୍ ଥିଲେ ା ହେଲେ ଫାଣ୍ଡି ଅଧିକାରୀ ଗାଡି ଛାଡିବା ପରିବର୍ତ୍ତେ ତାଙ୍କୁ ଗାଳିଗୁଲଜ କରିବା ସହ ଆଉ ୨୦ହଜାର ଟଙ୍କା ଦାବି କରିଥିଲେ ା ଟଙ୍କା ନ ଦେବାରୁ ଫାଣ୍ଡି ଅଧିକାରୀ ଗାଡି ଛାଡ଼ି ନ ଥିଲେ ା ଏଣୁ ବାଧ୍ୟ ହୋଇ ମଙ୍ଗରାଜ କୋର୍ଟଙ୍କ ଦ୍ୱାରସ୍ଥ ହୋଇ ଗାଡି ରିଲିଜ ଅର୍ଡର ଆଣିଥିଲେ। କୋର୍ଟ ଅର୍ଡର ଦେଖି ଫାଣ୍ଡି ଅଧିକାରୀ ଗାଡ଼ି ଛାଡିଥିଲେ ମଧ୍ୟ ସେ ନେଇଥିବା ୧୦ହଜାର ଟଙ୍କା ଫେରାଇ ନ ଥିଲେ ା ମଙ୍ଗରାଜ ଟଙ୍କା ଫେରସ୍ତ କରିବାକୁ କହିବାରୁ ଫାଣ୍ଡି ଅଧିକାରୀ ତାଙ୍କୁ ଗାଳିଗୁଲଜ କରିଥିଲେ ସେ ବୋଲି ସେ ସୋମବାର ଏସ୍‌ପିଙ୍କୁ ଭେଟି ଅଭିଯୋଗ କରିଛନ୍ତି।
ଇତିମଧ୍ୟରେ ସମ୍ପୃକ୍ତ ଫାଣ୍ଡି ଅଧିକାରୀଙ୍କ ଏଭଳି କାର୍ଯ୍ୟ ପାଇଁ ତାଙ୍କୁ ତେଲକୋଇ ଥାନାକୁ ବଦଳି କରାଯାଇଛି ା ଏ ସମ୍ପର୍କରେ ପୂର୍ବତନ ଫାଣ୍ଡି ଅଧିକାରୀଙ୍କୁ ଫୋନରେ ଯୋଗାଯୋଗ କରାଯାଇଥିଲା ା ହେଲେ ଫୋନ୍‌ ରିସିଭ ନ କରିବାରୁ ତାଙ୍କ ମତାମତ ନିଆଯାଇପାରିନାହିଁ। ତେବେ ନୟାକୋଟ ଥାନା ଅଧିକାରୀ ବିଦେଶୀ ବାଗ କହିଛନ୍ତି, ସେ ଏ ବିଷୟରେ ସେ କିଛି ଜାଣି ନାହାନ୍ତି ା ଏଭଳି ଲାଞ୍ଚ କାରବାରକୁ ସେ ପ୍ରଶୟ ଦିଅନ୍ତି ନାହିଁ ବୋଲି କହିଛନ୍ତି ା ତେଲକୋଇ ଥାନା ଅଧିକାରୀ ପଦ୍ମାସିନୀ ମେହେର କହିଛନ୍ତି, ସମ୍ପୃକ୍ତ ଅଧିକାରୀ ଅଳ୍ପଦିନ ତଳେ ବଦଳି ହୋଇ ଆସିଥିଲେ ହେଁ ଘଟଣା ସମ୍ପର୍କରେ ଅବଗତ ନୁହନ୍ତି ା ଆଇନଜୀବୀ ସନ୍ତୋଷ ସାହୁ କହିଛନ୍ତି, ଏପରି ଘଟଣାର ତଦନ୍ତ କରାଯାଉ ା ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ା


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri