Posted inଫୁରସତ

ଗାଡ଼ି ଦାମ୍‌ ୫୬ ହଜାରକୁ ଜରିମାନା ୪୨ ହଜାର ଟଙ୍କା

ଭାଗଲପୁର: ସେପ୍ଟେମ୍ବର୧ ରୁ ମୋଟର ଯାନ ଅଧିନିୟମ ଲାଗୁ ହେବା ପରେ ବିହାର ଭାଗଲପୁର ସହରରେ ସବୁଠାରୁ ବେଶୀ ଜରିମାନା ୧୫ ବର୍ଷ ବୟସ୍କ ଜଣେ ଛାତ୍ରଙ୍କ ଉପରେ ଲଗାଯାଇଛି। ଚାଣକ୍ୟ ବିହାର କଲୋନୀରେ ରହୁଥିବା ଏହି ଛାତ୍ର ତାଙ୍କ ସାଙ୍ଗଙ୍କ ସହ ଏକ ସ୍କୁଟିରେ କୋଚିଂ ସେଣ୍ଟରକୁ ଯାଉଥିବାବେଳେ ହେଲମେଟ୍‌ ପିନ୍ଧିନଥିଲେ। ତାଙ୍କୁ ଏଥିପାଇଁ ପୋଲିସ ଧରିଥିଲା। ତାଙ୍କ ସହ ଯାଉଥିବା ସାଙ୍ଗ ହାତରୁ ସେ ହେଲମେଟ ଆଣି ପିନ୍ଧି ପକାଇଥିଲେ ବି ପୋଲିସ ନଜରରୁ ଖସିଯାଇପାରିନଥିଲେ। ତାଙ୍କ ପାଖରେ ଗାଡ଼ିର କାଗଜ ପତ୍ର ମଧ୍ୟ ନଥିଲା। ଯେହେତୁ ସେ ନାବାଳକ ଏଥିପାଇଁ ତାଙ୍କୁ ୪୨ ହଜାର ଜରିମାନ କରାଯାଇଛି। ଏହା ତାଙ୍କ ମାତା-ପିତାଙ୍କଠାରୁ ଆଦାୟ କରାଯିବ। ଛାତ୍ରଙ୍କ ପିତା ପ୍ରତିରକ୍ଷା ବିଭାଗରେ କାମକରନ୍ତି ଓ ସେ ସେଠାରେ ଉପସ୍ଥିତ ହୋଇପାରିବେ ନାହିଁ ବୋଲି ଛାତ୍ର ଜଣକ ପୋଲିସକୁ କହିବାରୁ ତାଙ୍କର ଦାଦା ସେଠାରେ ପହଞ୍ଚିଥିଲେ , କିନ୍ତୁ ଜରିମାନା ଟଙ୍କା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ । କଥା ହେଉଛି ସେ ନିକଟରେ ସ୍କୁଟିକୁ ୫୬ ହଜାର ଟଙ୍କା ଦେଇ କିଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri