ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା ଏସି ଗାଡି ଧକ୍କା ଦେବା ଫଳରେ ଛାତ୍ର ଜଣଙ୍କ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅପରପକ୍ଷେ ସମ୍ପୃକ୍ତ ଛାତ୍ରଙ୍କ ଚିକିତ୍ସା ଖର୍ଚ୍ଚ ବହନ ପରିବର୍ତ୍ତେ ଗାଡି ମାଲିକ ଦୁର୍ବ୍ୟବହାର ସହ ଧମକ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗରୁ ପ୍ରକାଶ ଯେ, ସୋମବାର ସିଲନ୍ଦି ଗ୍ରାମର ପିଣ୍ଟୁ କୁମାର ଜେନା ଏକ ବାଇକ୍‌ ଯୋଗେ ଘରକୁ ଫେରୁଥିବା ବେଳେ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ଏକ ଚାରିଚକିଆ ଟାଟା ଏସି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ବାପା ଗରିବ ହୋଇଥିବାରୁ ଅସ୍ତ୍ରୋପଚାର ପାଇଁ ସମ୍ପୃକ୍ତ ଗାଡି ମାଲିକଙ୍କ ଠାରୁ ଆର୍ଥିକ ସହାୟତା ମାଗି ଥିଲେ। ମାତ୍ର ସମ୍ପୃକ୍ତ ଗାଡି ମାଲିକ ତାଙ୍କୁ ସହାୟତା କରିବା ପରିବର୍ତ୍ତେ ଦୁର୍ବ୍ୟବହାର ଓ ଧମକ ଦେଇଥିବା ନେଇ ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଗାଡ଼ି ଚାଳକଙ୍କ ନାମରେ ଏକ ମାମଲା (ନଂ.୭୦/୨୦) ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର…

ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି।…

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri