ଗାଡ଼ି ଧକ୍କାରେ ଯୁବ ଇଞ୍ଜିନିୟର ମୃତ : ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର/ପାଟଣା,୧୩ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତୁରମୁଙ୍ଗା ରେଙ୍ଗାଳବେଡା ନିକଟରେ ଏକ ଗାଡି ଧକ୍କାରେ ଯୁବ ଇଞ୍ଜିନିୟର ସଂଗ୍ରାମ କେଶରୀ ସାହୁଙ୍କର ମୃତ୍ୟୁ ହୋଇଛି।  ନୟାଗଡ ବ୍ଲକ ଝୁମ୍ପୁରା ନିକଟ ପଟ୍ଟନାୟକ ପୁରଣାପାଣିସ୍ଥିତ  ଷ୍ଟିଲରେ ସେ କାର୍ଯ୍ୟରତ ଥିଲେ। ଶନିବାର ରାତିରେ ଡ୍ୟୁଟି ସାରି ଏକ ମୋଟରସାଇକେଲରେ ନିଜ ଗାଁ ପାଟଣା ବ୍ଲକ ଅଧୀନ ମୁରୁସୁଆଁକୁ ଯାଉଥିବାବେଳେ ଏକ ଗାଡି ତାଙ୍କୁ ଧକ୍କା ଦେଇଥିଲା।   ଶୁକ୍ରବାର  ସକାଳ ସମୟରେ ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକ ଜାଣିବା ପରେ ଜାତୀୟ ରାଜପଥ ୪୯ ଅବରୋଧ କରିଥିଲେ। ଦୁର୍ଘଟଣା ରାତି ପ୍ରାୟ ସାଢ଼େ ୧୦ଟାରେ ଘଟିବାପରେ ଦୀର୍ଘ ସମୟ ଧରି ଆହତ ଅବସ୍ଥାରେ ସଂଗ୍ରାମ ରାସ୍ତାରେ ପଡି ରହିଥିଲେ। ଶନିବାର ଭୋର ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡିଛି। ସ୍ଥାନୀୟ ଲୋକେ ଶନିବାର ଏସମ୍ପର୍କରେ ଜାଣିବାପରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। କ୍ଷତିପୂରଣ ଦାବିରେ ସେମାନେ ରାସ୍ତା ଅବରୋଧ କରିବାରୁ ବହୁ ଯାନବାହନ ଅଟକିରହିଥିଲା। ଏସ୍‌ଡିପିଓ ମଲ୍ଲିକ ଓ ପାଟଣା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଆଲୋଚନା କରିବା ପରେ ଜାତୀୟ ରାଜପଥ ନିର୍ମାଣକାରୀ ମଣ୍ଟେକାର୍ଲୋ ପକ୍ଷରୁ ମୃତକଙ୍କ ପରିବାରକୁ ୧ଲକ୍ଷ ୨୦ହଜାର ଟଙ୍କା ଏବଂ ରେଡକ୍ରସ ପକ୍ଷରୁ ୧୦ହଜାର ଟଙ୍କା ସହ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ଦିଆଯିବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ସଂଗ୍ରାମ ଅନସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନ ଜଡିପଦା ଉଚ୍ଚବିଦ୍ୟାଳୟର ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଜଳଧର ସାହୁଙ୍କ କନିଷ୍ଠ ପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri