ଗାଡ଼ି ଧକ୍କାରେ ସ୍କୁଲ ଛାତ୍ରୀ ଆହତ, ରାସ୍ତାରୋକୋ

ଖଲ୍ଲିକୋଟ,୭ା୧୧(ଡି.ଏନ୍‌.ଏ.) -ଖଲ୍ଲିକୋଟ ବ୍ଲକ କେଶପୁର ବଜାର ଫାୟାର ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ଗାଡ଼ି ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଆହତ ହୋଇଛନ୍ତି। ପ୍ରତିବାଦରେ ଲୋକେ ରାସ୍ତା ଅବରୋଧ କରିଥିଲେ।
ଯେ, କେଶପୁର ଓଡ଼ିଆର୍‌ପି କଲୋନୀର ମହାଲକ୍ଷ୍ମୀ ସେଠୀ(୧୦) ସ୍କୁଲରୁ ଫେରୁଥିବାବେଳେ ଦମକଳ କେନ୍ଦ୍ର ନିକଟରେ ଅଜଣା ଗାଡ଼ି ଧକ୍କାଦେବାରୁ ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ପଠାଯାଇଥିଲା। ବାରମ୍ବାର ଉକ୍ତ ସ୍ଥାନରେ ଦୁର୍ଘଟଣା ଘଟୁଥିବାବେଳେ ପ୍ରଶାସନ କୌଣସି ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏହାର ପ୍ରତିବାଦରେ ଓଡିଆରପି କଲୋନୀ ବାସିନ୍ଦା ଦୁଇ ଘଣ୍ଟାରୁ ଅଧିକ ସମୟ ୧୬ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ସେମାନଙ୍କ ଦାବି ଥିଲା ସରକାରଙ୍କ ପକ୍ଷରୁ ଓଡିଆର୍‌ପି ଘର ପ୍ରଦାନ କରାଯାଇଥିଲେ ସୁଦ୍ଧା ସ୍କୁଲ, ଅଙ୍ଗନୱାଡ଼ି କେନ୍ଦ୍ର, ପାନୀୟ ଜଳ ଯୋଗାଣ ଆଦି ସୁବିଧା ନଥିବାରୁ କଲୋନୀ ଲୋକେ ରାଜପଥ ଅତିକ୍ରମ କରିବାକୁ ପଡ଼ୁଛି। ଫଳରେ ବିଭିନ୍ନ ସମସ୍ୟା ସହ ବହୁ ସମୟରେ ଦୁର୍ଘଟଣା ଘଟୁଛି। ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ, ଆଇଆଇସି ସତ୍ୟ ରଞ୍ଜନ ପ୍ରଧାନ ପ୍ରମୁଖ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା ପରେ ରାସ୍ତାରୋକୋ ହଟିଥିଲା। ବିଧାୟକ ପ୍ରତିନିଧି ଦଇତାରୀ ବେହେରା, ବାବୁ ବେହେରା ପ୍ରମୁଖ ଉପସ୍ଥିତ ରହି ଆନ୍ଦୋଳନରତ ଜନସାଧାରଣଙ୍କୁ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri