Posted inଜାତୀୟ

ଗାଡିରେ ଲେଖାହୋଇଛି ନବାବ-ଦାରୁ: ଚିନ୍ତାରେ ପୋଲିସ, ନମ୍ବର ନ ଥାଇ କିପରି କାଟିବ ଚାଲାଣ

ଆଗ୍ରା,୧୩।୧୨: ଦେଶରେ ନୂଆ ମୋଟରଯାନ ଲାଗୁ ହେବା ପରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ହୋଇଛି। ଏଥିସହ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଏକ ଫଟୋ ଚାଲାଣର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ବ୍ୟବସ୍ଥାରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ଗାଡି ନମ୍ବରର ଫଟୋ ଉଠାଯାଇ ତାଙ୍କ ଘରକୁ ଚାଲାଣ ପଠାଯାଉଛି। ତେବେ ଗାଡିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ବାଧ୍ୟତାମୂଳକ ହୋଇଥିବା ବେଳେ କିଛି ବ୍ୟକ୍ତି ନିଜ ମନମୁତାବକ ବିଭିନ୍ନ ଷ୍ଟାଇଲ୍‌ରେ ନମ୍ବର ଲେଖୁଥିବା ଦେଖିବାକୁ ମିଳିଛି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଆଗ୍ରାରେ। କିଏ ନିଜ ଗାଡିର ନମ୍ବର ପ୍ଲେଟରେ ୪୧୪୧କୁ ‘ପାପା’ ଷ୍ଟାଇଲ୍‌ରେ ତ ଆଉ କିଏ ‘ନବାବ’ ଓ ପଞ୍ଜାବୀ ଲେଖିଥିବା ଦେଖିବାକୁ ମିଳିଛି। ଆଉ କିଏ କିଏ ନମ୍ବର ବଦଳରେ ‘ଦାରୁ’ ଲେଖିଛନ୍ତି। ଏଭଳି ସ୍ଥିତିରେ ରାସ୍ତାରେ ଯାତାୟାତ କରୁଥିବା ଉକ୍ତ ଗାଡି ଏବେ ପୋଲିସର ଚିନ୍ତା ବଢ଼ାଇଦେଇଛି। କାରଣ ନମ୍ବରଗୁଡିକ ସ୍ପଷ୍ଟ ଜଣାପଡ଼ୁ ନ ଥିବାରୁ ନିୟମ ଉଲ୍ଲଂଘନ ପରେ ବି ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ ଫଟୋ ଚାଲାଣ କାଟିପାରୁ ନାହିଁ। ଏନେଇ ଟ୍ରାଫିକ୍‌ ଏସ୍‌ପି କହିଛନ୍ତି, ସହଜରେ ପଢ଼ାଯାଇ ପାରୁଥିବା ଭଳି ନମ୍ବର ପ୍ଲେଟ ଲଗାଇବା ଉଚିତ। ଆଉ ଏହାର ଷ୍ଟାଇଲ୍‌ କି ସାଇଜ୍‌ ପରିବର୍ତ୍ତନ କରିବା ହେଉଛି ମୋଟର ଯାନ ନିୟମର ଉଲ୍ଲଂଘନ କରିବା। ଏଥିପାଇଁ ଏହାର ଅଲଗା ଚାଲାଣ କଟାଯାଉଛି। ଉଲ୍ଲଂଘନକାରୀଙ୍କ ମାନୁଆଲ ଚାଲାଣ କଟାଯାଉଥିବା ନେଇ ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri