ଗାଡି ବିକ୍ରି ହ୍ରାସ ଧାରା ଜାରି

ନୂଆଦିଲ୍ଲୀ, ୩-୧୨: ନଭେମ୍ବର ମାସରେ ଘରୋଇ ବଜାରରେ କମ୍ପାନୀଙ୍କ ଯାନ ବିକ୍ରି ହ୍ରାସ ଧାରା ଜାରି ରଖିଛି। ଏହି ସମୟରେ ଟୟୋଟା କିର୍ଲୋସ୍କାର ମୋଟର୍ସ ବିକ୍ରି ୧୯% ହ୍ରାସ ଘଟି ୯୨୪୧ ୟୁନିଟ ରହିଛି। ସେହିଭଳି ହିରୋ ମୋଟୋକର୍ପର ବିକ୍ରିରେ ୧୫.୩୧% ହ୍ରାସ ଘଟି ୫.୧୬ ଲକ୍ଷ ୟୁନିଟ ରହିଛି। ଅଶୋକ ଲେଲାଣ୍ଡ ବିକ୍ରି ୨୨% କମିବା ଫଳରେ ୧୦,୧୭୫ ୟୁନିଟକୁ ଖସିଛି। ଟିଭିଏସ୍‌ ମୋଟର୍ସ ବିକ୍ରିରେ ୧୬% ଖସିବା ଫଳରେ ୨.୬୬ ଲକ୍ଷ ୟୁନିଟ, ସୁଜୁକିର ବିକ୍ରିରେ ୨୩.୨୯% ହ୍ରାସ ଘଟି ୬୯,୭୫୫ ୟୁନିଟ ରହିଛି। ସେହିଭଳି ରବିବାର ଆସିଥିବା ଡାଟା ମୁତାବକ ମାରୁତି ସୁଜୁକି ଇଣ୍ଡିଆ ବିକ୍ରି ୧.୯% କମି ୧.୫୦ ଲକ୍ଷ ୟୁନିଟ ରହିଛି। ଏହି ସମୟରେ ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆର ବିକ୍ରି ୭% ଖସିଥିବା ଜଣାପଡିଛି। ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ବିକ୍ରି ୯% ହ୍ରାସ ଘଟି ୪୧,୨୩୫ ୟୁନିଟ ରହିଛି। ସେହିଭଳି ଟାଟା ମୋଟର୍ସ ବିକ୍ରିରେ ୨୫% କମିବା ସହ ୪୧,୧୨୪ ୟୁନିଟକୁ ଖସିଛି। ବିକ୍ରି ୫୦.୩୩% ଖସିଥିବା ହୋଣ୍ଡା କାର୍‌ସ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri