ଗାଡି ଭଡାରେ ଆଣି ଲକ୍ଷାଧିକ ଟଙ୍କା ଠକେଇ,୨ ଗିରଫ

ଭୁବନେଶ୍ୱର,୨୨।୧(ସୂର୍ଯ୍ୟକାନ୍ତ ବେହେରା): ଏଜେନ୍ସିଗୁଡ଼ିକରୁ ଭଡା ସୂତ୍ରରେ ଗାଡି ଆଣୁଥିଲେ। ପରେ ସେହି ଗାଡିକୁ ନିଜର କହି ଅନ୍ୟମାନଙ୍କୁ ଭଡାରେ ଲଗାଇ ମୋଟା ଅଙ୍କର ଟଙ୍କା ଆଣୁଥିଲେ। ହେଲେ ଗାଡିର ପ୍ରକୃତ ମାଲିକାନାକୁ ଟଙ୍କା ନ ଦେଇ ଚଳୁ କରି ଦେଉଥିଲେ। ଦୀର୍ଘଦିନ ଧରି ଭୁବନେଶ୍ୱରରେ ଏମିତି ତରିକାରେ ଏଜେନ୍ସିଗୁଡିକୁ ଠକିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୯ ଅଞ୍ଚଳର ଆର୍‌. ଟାଟା ରାଓ ଓ ଗଞ୍ଜାମର ସୁଶାନ୍ତ କୁମାର ସାହୁ। ଉଭୟଙ୍କଠାରୁ ବିଭିନ୍ନ କମ୍ପାନୀର ୯ଟି ଚାରି ଚକିଆ ଗାଡ଼ି ଜବତ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ସୁଶାନ୍ତ ପୂର୍ବରୁ ଇନ୍‌ସ୍ୟୁରାନ୍ସ ଏଜେଣ୍ଟ ଭାବେ କାମ କରୁଥିବାବେଳେ ଟାଟା ରାଓ ଭୁବନେଶ୍ୱରରେ ଚା ଦୋକାନ କରିଥିବା ପୋଲିସ ତଦନ୍ତବେଳେ ଜାଣିବାକୁ ପାଇଛି।
ଠକେଇର ଶିକାର ହୋଇଛନ୍ତି କାର୍‌ ରେଣ୍ଟାଲ ସର୍ଭିସ୍‌ ଏଜେନ୍ସିର ମାଲିକ ରଜତ କୁମାର ସାହୁ। ଗତ ନଭେମ୍ବରରୁ ଅଭିଯୁକ୍ତମାନେ ତାଙ୍କଠାରୁ ବିଭିନ୍ନ ସମୟରେ ପାଖାପାଖି ୯ଟି ଗାଡି ଭଡା ସୂତ୍ରରୁ ନେଇଥିଲେ। ହେଲେ ଠିକ ସମୟରେ ଗାଡିଗୁଡିକୁ ଏଜେନ୍ସିକୁ ଫେରାଉ ନ ଥିଲେ କି ଭଡ଼ା ମଧ୍ୟ ଦେଉ ନ ଥିଲେ। ଏନେଇ ସେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ବିଭିନ୍ନ ସ୍ଥାନରୁ ଗାଡି ଜବତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri