ଗାଧୋଇବାକୁ ଯାଇ ଫେରିଲେନି ମହିଳା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ଅଭିଯୋଗ

ରଣପୁର,୩୧ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ତାଳକଣି ଗ୍ରାମର ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଗାଁ ପୋଖରୀ ପାହାଚରୁ ବୁଧବାର ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ନାମ ପ୍ରଭାସିନୀ ବେହେରା(୪୨)। ସେ ଭୋର ପ୍ରାୟ ୪ଟାବେଳେ ଗାଧୋଇବାକୁ ଯାଇଥିବାବେଳେ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କୁ ହତ୍ୟା କରାଯାଇଥିବା ପ୍ରଭାସିନୀଙ୍କ ସ୍ବାମୀ ମାଗୁଣି ଥାନାରେ ଅଭିଯୋଗ କରିଛନ୍ତି। ମହିଳାଙ୍କର ମୃତଦେହକୁ ରଣପୁର ପୋଲିସ ଉଦ୍ଧାର କରି ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି।
ଏ ଘଟଣା ନେଇ ପୋଲିସ ୩୦୨, ୩୦୪ ଦଫାରେ କେସ୍‌ ନଂ.୧୫୯/୧୯ରେ ତଦନ୍ତ ଜାରି ରଖିଛି। ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ, ତାଳକଣି ଗ୍ରାମର ମାଗୁଣିଙ୍କ ସ୍ତ୍ରୀ ପ୍ରଭାସିନୀ(କୁନି) ପ୍ରତିଦିନ ଭଳି ଭୋରରେ ଗଁ। ପୋଖରୀ ବଧିବନ୍ଧକୁ ଗାଧୋଇବାକୁ ଯାଇଥିଲେ । ପ୍ରାୟ ୧ ଘଣ୍ଟା ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିଲେ। ତେବେ ସକାଳ ୫ଟାରେ ତାଙ୍କର ମୃତଦେହ ପୋଖରୀ ନିକଟରେ ପଡ଼ିଥିବା ଖବର ପାଇ ମାଗୁଣି ପୋଖରୀ କୂଳରେ ପହଞ୍ଚତ୍ ପ୍ରଭାସିନୀଙ୍କ ମୃତଦେହ ଦେଖିଥିଲେ। ତାଙ୍କ ଶରୀରର ବେକ, ମୁଣ୍ଡ, କହୁଣୀ, ଅଣ୍ଟା, କାଖ ଆଦି ଅଙ୍ଗରେ କ୍ଷତ ଚିହ୍ନ ରହିଛି। ନାକ ଓ କାନରୁ ରକ୍ତସ୍ରାବ ହେବା ସହ ପିଠିରେ ଠେଙ୍ଗା ଚିହ୍ନ ମଧ୍ୟ ଦେଖିବାକୁ ମିଳିଛି। ଏକ ବାଲଟିରେ ଲୁଗା ଚିପୁଡ଼ା ହୋଇ ପୋଖରୀ ଉପର ପାହାଚରେ ରହିଛି। ଏଭଳି ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରି ଗାଧୋଇ ସାରି ଘରକୁ ଫେରୁଥିବାବେଳେ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କୁ ହତ୍ୟା କରାଯାଇଛି ବୋଲି ସ୍ବାମୀ ଅଭିଯୋଗ କରିଛନ୍ତି। ଏ ନେଇ ସେ ଗ୍ରାମର ପବିତ୍ର ରଥଙ୍କ ପରିବାରକୁ ସନ୍ଦେହ ଘେର ମଧ୍ୟକୁ ଆଣିଛନ୍ତିି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ କୋର୍ଟରେ ମାମଲା ବିଚାରାଧୀନ ରହିଥିବା ମାଗୁଣି କହିଛନ୍ତି। ସଦାଶିବ ବେହେରା ଓ ମୁରଲି ବେହେରାଙ୍କ ପରିବାର ସହ ମଧ୍ୟ ବିବାଦ ଚାଲିଥିବା ମାଗୁଣି ପ୍ରକାଶ କରିଛନ୍ତି। ତେଣୁ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପ୍ରଭାସିନୀଙ୍କୁ ହତ୍ୟା କରାଯାଇଥିବା ନେଇ ମାଗୁଣି ଥାନାରେ ଅଭିଯୋଗ କରିଛନ୍ତି। ଏ ଘଟଣାରେ ହତ୍ୟା ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି ବୋଲି ରଣପୁର ଥାନା ଏସ୍‌ଆଇ ପ୍ରୀତିରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। । ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri