ଗାନ୍ଧୀବାଦର ମୂଲ୍ୟ ସମସ୍ୟାର ସମାଧାନ: ରାଧା ଭଟ୍ଟ

ବାଲେଶ୍ୱର ଅଫିସ, ୨।୧୧-ସାମ୍ପ୍ରତିକ ସାମାଜିକ ଏବଂ ଅର୍ଥନୈତିକ ସମସ୍ୟାର ସମାଧାନ ଗାନ୍ଧୀବାଦ ମଧ୍ୟରେ ନିହିତ ରହିଛି। ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆୟୋଜିତ ଏକ ସମାରୋହରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ନୋବେଲ୍‌ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହୋଇଥିବା ରାଧା ଭଟ୍ଟ ମତବ୍ୟକ୍ତ କରିଛନ୍ତି। ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ଶାଖା ପକ୍ଷରୁ ଆୟୋଜିତ ଏହି ସଭାରେ ସେ ଗାନ୍ଧୀବାଦର ପ୍ରାସଙ୍ଗିକତା ଉପରେ ଆଲୋକପାତ କରିଥିଲେ। ଏପରିକି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା କରିବାରେ ଗାନ୍ଧୀଜୀଙ୍କ ନୀତି ଓ ଆଦର୍ଶ ଅନୁକରଣୀୟ ବୋଲି କହିଥିଲେ। ପାଶ୍ଚାତ୍ୟ ସଭ୍ୟତା ଯଥା ଡେନ୍‌ମାର୍କ ଏବଂ ମେକ୍ସିକୋ ସହ ଭାରତର ଏକ ତୁଳନାମତ୍କ ଅଭିଭାଷଣ ଦେଇ ବିଶ୍ୱଶାନ୍ତି କ୍ଷେତ୍ରରେ ଗାନ୍ଧିଜୀଙ୍କ ଭୂମିକା ସମ୍ପର୍କରେ ଚର୍ଚ୍ଚା କରିବା ସହ ଗାନ୍ଧୀବାଦର ମୂଲ୍ୟ ଆମ ସମସ୍ୟାର ସମାଧାନ ବୋଲି ଉଲ୍ଲେଖ କରିଥିଲେ।
ଫକୀରମୋହନ ବିଶ୍ୱବିଦ୍ୟାଳୟର ଅଧ୍ୟାପିକା ଡ. ସିପ୍ରା ସାଗରିକା ସଭା ପରିଚାଳନା କରିଥିଲେ। କୁଳପତି ପ୍ରଫେସର ମଧୁମିତା ଦାସ ଏଥିରେ ବକ୍ତବ୍ୟ ରଖି ଯୁବସମାଜ ଗାନ୍ଧୀବାଦର ପ୍ରାଧାନ୍ୟ ସମ୍ପର୍କରେ ସଚେତନ ରହିବା ଉଚିତ୍‌ ବୋଲି କହିଥିଲେ। ଗାନ୍ଧିଜୀଙ୍କ ନୀତି ଅନୁଯାୟୀ ଶ୍ରେଣୀ ସମସ୍ୟାର ସମାଧାନ ସମ୍ଭବ ବୋଲି ଦର୍ଶାଇଥିଲେ। ସର୍ବୋଦୟ ମଣ୍ଡଳର ପୂର୍ବତନ ସଂଯୋଜକ ଆଦିତ୍ୟ ପଟ୍ଟନାୟକ ଅନ୍ୟତମ ବକ୍ତା ଭାବେ ଯୋଗଦେଇ ଦକ୍ଷିଣଆଫ୍ରିକାରେ ଗାନ୍ଧିଜୀଙ୍କ ଆଦର୍ଶ ଓ କାର୍ଯ୍ୟ କିଭଳି ପ୍ରତିଫଳିତ ହୋଇଥିଲା ତାହା ବର୍ଣ୍ଣନା କରିଥିଲେ। ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ (ମୋନା)ର ସମ୍ପାଦିକା ମମତା ମହାପାତ୍ର, ଜିଲା ସଭାପତି ତଥା ଆଇନ୍‌ଜୀବୀ ପ୍ରଭାକର ସାହୁ, ସାଧାରଣ ସମ୍ପାଦକ ରମାକାନ୍ତ ମଣ୍ଡଳ, ସର୍ବୋଦୟ ମଣ୍ଡଳ କର୍ମୀ ଇନ୍ଦୁମତି ସାହୁ ଓ ମାଳତୀ ପାତ୍ର ପ୍ରମୁଖ ସଭାରେ ଯୋଗଦେଇଥିଲେ। ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ, ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ଶେଷରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଡ. ରାମକୃଷ୍ଣ ପ୍ର୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?