ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଳାଷ୍ଟିକ ବ୍ୟାନ୍‌

ନୂଆଦିଲ୍ଲୀ,୩୦-୮: ଦେଶକୁ ପ୍ଲାଷ୍ଟିକମୁକ୍ତ କରିବା ଉଦ୍ଦେଶ୍ୟରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପ୍ଲାଷ୍ଟିକ ବ୍ୟବହାର କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ଅକ୍ଟୋବର ୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ କରାଯିବ ବୋଲି କମ୍ପାନୀ ସିଏମ୍‌ଡି ଅଶ୍ୱିନୀ ଲୋହାନୀ ଗୁରୁବାର କହିଛନ୍ତି। ସେ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ ଏୟାର ଏକ୍ସପ୍ରେସର ସମସ୍ତ ବିମାନ ଓ ସହଯୋଗୀ ବିମାନରେ ପ୍ଲାଷ୍ଟିକ ବ୍ୟବହାରକୁ ବ୍ୟାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ଏୟାର ଇଣ୍ଡିଆର ସମସ୍ତ ବିମାନରେ ଏହାକୁ ଲାଗୁ କରାଯିବ। ଦେଶକୁ ପ୍ଲାଷ୍ଟିକ ମୁକ୍ତ କରିବା ଲାଗି ଜନଆନ୍ଦୋଳନ ଆରମ୍ଭ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଏହାକୁ ସାକାର କରିବା ଦିଗରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଉକ୍ତ ପଦକ୍ଷେପ ନେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri