ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହାକୁ ଦୃଷ୍ଟିରେ ରଖି ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ କମିଶନରେଟ ପୋଲିସ କାର୍ଯ୍ୟାଳୟରେ ଗତ ମାସ ୩୧ତାରିଖରେ ବିଭିନ୍ନ ଜିଲାର ୩୫୦ରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା। ସ୍ବତନ୍ତ୍ର ପ୍ରଶିକ୍ଷକମାନେ କମ୍ପ୍ୟୁଟର ଜ୍ଞାନ କୌଶଳ, ପୋଲିସର ଆଚାର ବ୍ୟବହାର ପରିବର୍ତ୍ତନ, କଲ ସେଣ୍ଟରଗଡ଼ିିକର କାର୍ଯ୍ୟକାରିତା ଉପରେ ପ୍ରଶିକ୍ଷଣ ଦେଇଥିଲେ। ‘ମୋ ସରକାର’ କାର୍ଯ୍ୟକ୍ରମର ରୂପରେଖ କ’ଣ ହେବ ଏବଂ ଏଥିପାଇଁ କି ବ୍ୟବସ୍ଥା କରାଯାଇଛି ସେନେଇ ଡିଜିପି ଶର୍ମା ଶୁକ୍ରବାର କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ପୋଲିସ କମିଶନର, ରାଜ୍ୟର ସମସ୍ତ ରେଞ୍ଜ ଆଇଜି, ଡିଆଇଜି ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ଏହି କାର୍ଯ୍ୟକ୍ରମର ସମୀକ୍ଷା ମଧ୍ୟ କରିଛନ୍ତି।
ରେଞ୍ଜ ଆଇଜି, ଡିଆଇଜି ଏବଂ ଏସ୍‌ପିମାନେ କଲ୍‌ସେଣ୍ଟରଗୁଡ଼ିିକରେ ପ୍ରାପ୍ତ ନାଗରିକଙ୍କ ମତାମତଗୁଡିକୁ ପ୍ରତିଦିନ ବିଶ୍ଲେଷଣ କରି ଆବଶ୍ୟକ ସୁଧାରମୂଳକ ବ୍ୟବସ୍ଥା କିମ୍ବା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି। ମୋ ସରକାର କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କୁ ଉସତ୍ାହିତ କରିବା ଉଦ୍ଦେଶ୍ୟରେ ପୁରସ୍କାର ବ୍ୟବସ୍ଥା କରାଯିବ। ଏଥିସହ ନାଗରିକମାନଙ୍କୁ ଉଚିତ ବ୍ୟବହାର, ଆଚରଣ ଓ ଶିଷ୍ଟାଚାର ପ୍ରଦର୍ଶନ କରୁଥିବା ପୋଲିସ ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ। ଏପରି କି ଅଭିଯୋଗକାରୀଙ୍କୁ ଯେଉଁ ପୋଲିସ ଅଫିସର ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ କରୁ ନ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଡିଜିପି ଶର୍ମା କହିଛନ୍ତି।
ଥାନାକୁ ଅଭିଯୋଗ କରିବା ପାଇଁ ଆସୁଥିବା ବ୍ୟକ୍ତିଙ୍କ ମତାମତକୁ ଲେଖି ରଖାଯିବାର ବ୍ୟବସ୍ଥା ରାଜ୍ୟ ପୋଲିସ ପକ୍ଷରୁ କରାଯାଇଛି। ରାଜ୍ୟ ଅପରାଧ ନଥି ସଂସ୍ଥାରେ ରାଜ୍ୟସ୍ତରୀୟ କଲ୍‌ ସେଣ୍ଟର ସ୍ଥାପନ ହୋଇଛି। ଏହି ସଂସ୍ଥା ଓଡ଼ିିଶା ପୋଲିସରେ ମୋ ସରକାର କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରିବ। ବିଭିନ୍ନ ଜିଲାରେ ଏସ୍‌ପିମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କଲ୍‌ସେଣ୍ଟର ଖୋଲାଯାଇ କାର୍ଯ୍ୟ ଆରମ୍ଭ ହୋଇଛି। ଗତ ୪ତାରିଖଠାରୁ ରାଜ୍ୟ ଏବଂ ଜିଲାସ୍ତରରେ କଲ୍‌ସେଣ୍ଟରଗୁଡ଼ିକ କାର୍ଯ୍ୟକ୍ଷମ ହୋଇଛି। ଥାନାରେ ହେଉଥିବା ଅଭିଯୋଗ ଓ ଅନ୍ୟ ସେବାମୂଳକ କାର୍ଯ୍ୟ ସମ୍ପର୍କିତ ତଥ୍ୟ କଲସେଣ୍ଟରଗୁଡ଼ିିକରେ ଅବସ୍ଥାପିତ ଡ୍ୟାସ୍‌ବୋର୍ଡରେ ପ୍ରତିଫଳିତ ହୋଇଥାଏ। ଅଭିଯୋଗକାରୀଙ୍କଠାରୁ ସେମାନେ ପାଇଥିବା ସେବା ବାବଦରେ ମତାମତ ସଂଗ୍ରହ କରାଯାଇଥାଏ। ଏହାକୁ ରେକର୍ଡିଂ କରି ରଖାଯାଇଥାଏ। ଥାନାରେ ସୁଧାର ଆଣିବା ସହ ନାଗରିକଙ୍କୁ ଉତ୍ତମ ସେବା ଦିଆଯିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି ଡିଜିପି ଶର୍ମା କହିଛନ୍ତି।
ଏହି ବୈଠକରେ ଅତିରିକ୍ତ ପୋଲିସ ଡିଜି ପ୍ରଣବିନ୍ଦୁ ଆଚାର୍ଯ୍ୟ, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଏସ୍‌.ସି.ଆର୍‌.ବି ନିର୍ଦ୍ଦେଶକ ରାଜେଶ କୁମାରଙ୍କ ସମତେ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?