Posted inଖେଳ

ଗାଭାସ୍କରଙ୍କ ପ୍ରସ୍ତାବ: ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ବଦଳ ହେଉ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୧।୪(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ଅଦଳବଦଳ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି। ଅଷ୍ଟ୍ରେଲିଆ ଚଳିତ ବର୍ଷ ୨୦୨୦ ବିଶ୍ୱକପ ଆୟୋଜନ କରିବ। ସେହିପରି ଭାରତ ୨୦୨୧ରେ ମଧ୍ୟ ଏହି ମେଗା ଇଭେଣ୍ଟ ଆୟୋଜନ କରିବ। କିନ୍ତୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏହି ଇଭେଣ୍ଟର ଆୟୋଜନ ନେଇ ଅଦଳବଦଳ ହେବା ଉପରେ ସେ ମତ ରଖିଛନ୍ତି। ଆସନ୍ତା ବର୍ଷ ବଦଳରେ ଭାରତ ଚଳିତ ବର୍ଷ ଓ ଚଳିତ ବର୍ଷ ବଦଳରେ ଅଷ୍ଟ୍ରେଲିଆ ଆସନ୍ତା ବର୍ଷ ଟି୨୦ ବିଶ୍ୱକପ୍‌ ଆୟୋଜନ କରନ୍ତୁ ବୋଲି କହିଛନ୍ତି।

କୋଭିଡ-୧୯ ସଂକ୍ରମଣ କାରଣରୁ ବିଶ୍ୱକ୍ରୀଡ଼ା ଏବେ ସ୍ଥାଣୁ ପ୍ରାୟ ହୋଇଯାଇଛି। ଅଷ୍ଟ୍ରେଲିଆରେ ଆଗାମୀ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ତାରିଖ ମଧ୍ୟରେ ଟି୨୦ ବିଶ୍ୱକପ ଖେଳାଯିବ। ତେବେ ଏହି ଭାଇରସ୍‌ କାରଣରୁ ବିଶ୍ୱକପ୍‌ ଆୟୋଜନ ଏବେ ଅନିଶ୍ଚିତତା ଆଡକୁ ଚାଲିଯାଇଛି। ପୁଣି ଅଷ୍ଟ୍ରେଲିଆ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ତା’ର ସୀମା ସିଲ କରିଛି। ଟୁର୍ନାମେଣ୍ଟ ଅକ୍ଟୋବର ମଝିରେ ଆରମ୍ଭ ହେଉଥିବାରୁ ଏହାର ଆୟୋଜନ ନିଶ୍ଚିତ ଭାବେ କଷ୍ଟକର ବୋଲି ଗାଭାସ୍କର କହିଛନ୍ତି। ଏପଟେ ଯଦି ଭାରତରେ କରୋନା ଭାଇରସ ସଂକ୍ରମଣ ସମସ୍ୟାର ସମାଧାନ ହୁଏ ତେବେ ଭାରତ ଏହି ଟୁର୍ନାମେଣ୍ଟକୁ ଅକ୍ଟୋବର-ନଭେମ୍ବରରେ ଆୟୋଜନ କରି ପାରିବ। ଠିକ୍‌ ସେହିପରି ଅସନ୍ତାବର୍ଷ ଏହି ସମୟରେ ଅଷ୍ଟ୍ରେଲିଆ ଟି୨୦ ବିଶ୍ୱକପ୍‌ ଆୟୋଜନ କରିବା ନେଇ କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି।

ପୁଣି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନେଇ ମଧ୍ୟ ଅନିଶ୍ଚିତତା ଜାରି ରହିଛି ଓ ଏହା ସେପ୍ଟେମ୍ବରରେ ଆୟୋଜନ ହେବାର ସମ୍ଭାବାନ ରହିଛି। ଯଦି ଅଦଳବଦଳ ହୁଏ ତେବେ ଆଇପିଏଲ୍‌ ଟି୨୦ ବିଶ୍ୱକପ୍‌ ପୂର୍ବରୁ ଖେଳାଯିବ। ଏହା ଦ୍ୱାରା ଖେଳାଳିମାନେ ଅଭ୍ୟାସ କରିବାର ପର୍ଯ୍ୟାପ୍ତ ସୁଯୋଗ ପାଇବେ। ଏହାହେଲେ ନଭେମ୍ବରରେ ଟି୨୦ ବିଶ୍ୱକପ୍‌ ଓ ୟୁଏଇରେ ଡିସେମ୍ବରରେ ଏସିଆ କପ୍‌ ଆୟୋଜନ ନେଇ ସମସ୍ୟା ରହିବ ନାହିଁ ବୋଲି ଗାଭାସ୍କର କହିଛନ୍ତି। ତେବେ ପ୍ରଥମେ ଏ ସଂକ୍ରାନ୍ତରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମେ ଆଲୋଚନା ଓ ପରେ ଚୁକ୍ତି ହେବା ଆବଶ୍ୟକ। ଏହାପରେ ଯାଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଅନୁମତି ଲୋଡାଯିବ ବୋଲି ୭୦ ବର୍ଷୀୟ ଗାଭାସ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri