ଗାର୍ଡଙ୍କୁ ମାଡ ମାରି ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ

ଗଞ୍ଜାମ,୨୩ା୬(ଡି.ଏନ୍‌.ଏ.)- ଗଞ୍ଜାମ ସହର ଦୁର୍ଗାଦେବୀ ସାହି ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡ ଜିତୁ ପଣ୍ଡାଙ୍କୁ ମାଡମାରି ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରିଥିଲେ। ସାହିଲୋକେ ପହଞ୍ଚିଥିବାରୁ ସେମାନେ ଦୌଡି ପଳାଇଥିଲେ। ଗଞ୍ଜାମ ପୋଲିସ ଜଣେ ଲୁଟେରାଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।
ଗାର୍ଡ ପଣ୍ଡାଙ୍କ ଦେଇଥିବା ଏତଲା ଅନୁଯାୟୀ ଜଣେ ବ୍ୟକ୍ତି ସନ୍ଧ୍ୟାରେ ୨ଲକ୍ଷ ଟଙ୍କା ମେଶିନରେ ଡିପୋଜିଟ କରିଥିଲେ। ଏହାର କିଛି ସମୟ ପରେ ୩ ଜଣ ଯୁବକ ପହଞ୍ଚି ଏଟିଏମ୍‌ ଭାଙ୍ଗି ଟଙ୍କା ଲୁଟ୍‌ କରିବାକୁ ଉଦ୍ୟମ କରିଥିଲେ। ଗାର୍ଡ ତାଙ୍କୁ ପ୍ରତିରୋଧ କରିବାରୁ ଜଣେ ଯୁବକ ଆକ୍ରମଣ କରିଥିଲେ। ଅନ୍ୟ ଉପାୟ ନ ପାଇ ଗାର୍ଡ ସାହିଲୋକଙ୍କୁ ଡାକ ପକାଇଥିଲେ। ସେମାନେ ପହଞ୍ଚିଥିବାରୁ ଲୁଟେରାମାନେ ପଳାଇଥିଲେ। ଏନେଇ ଗାର୍ଡ ଥାନାରେ ଏତଲା ଦେଇଥିବାବେଳେ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?