ଦାରିଙ୍ଗବାଡି,୨୬ା୨(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡ଼ାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ବିଧବା ରୋଷେୟାଙ୍କୁ ଅସଦାଚରଣ କରାଯାଉଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ମଙ୍ଗଳବାର ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଯିଶାୟ ପ୍ରଧାନ ଓ କୁକ କମ୍ ଆଟେଣ୍ଡାଣ୍ଟ ସଂସାରୀ ଦିଗାଲ୍ଙ୍କୁ ଗିରଫ କରିଛି। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଦାରିଙ୍ଗବାଡ଼ି ଥାନା ଆଇଆଇସି କୌଶିକ ମାଝି ସୂଚନା ଦେଇଛନ୍ତି ।
ପୋଲିସ ସୂଚନା ଅନୁଯାୟୀ, ମହିଳା ଜଣକ ଗତ ୪ବର୍ଷ ହେଲା ଉକ୍ତ ବିଦ୍ୟାଳୟରେ ରେଷେୟା ଭାବେ ନିଯୁକ୍ତି ପାଇ ହଷ୍ଟେଲରେ ରୋଷେଇ କରୁଥିଲେ। ପ୍ରଧାନଶିକ୍ଷକ ପ୍ରଧାନ ଏବଂ ଆଟେଣ୍ଡାଣ୍ଟ ସଂସାରୀ ତାଙ୍କୁ ବିଭିନ୍ନ ସମୟରେ ଅସଦାଚରଣ କରି ଆସୁଥିଲେ। ଏ ସମ୍ପର୍କରେ କାହାରିକୁ କହିଲେ ଚାକିରିରୁ ବିଦା କରିଦେବେ ବୋଲି ଧମକ ଦେଉଥିଲେ। ଗତ ୩ ବର୍ଷ ହେଲା ରୋଷେୟା ଜଣକ ଏଭଳି ନିର୍ଯାତନା ପାଇ ଆସୁଥିଲେ ମଧ୍ୟ ଭୟରେ କାହାରିକୁ ଜଣାଉ ନ ଥିଲେ । ପରେ ଏ ନେଇ ସେ ପରିବାର ଲୋକଙ୍କୁ ଜଣାଇ ଥାନାରେ ଅଭିଯୋଗ କରିଥିଲେ । ନଂ.୨୬/୨୦ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ସୋମବାର ଅଭିଯୁକ୍ତ ପ୍ରଧାନ ଶିକ୍ଷକ ଏବଂ ଆଟେଣ୍ଡାଣ୍ଟଙ୍କୁ ଥାନାକୁ ଆଣି ପଚରାଉଚୁରା କରାଯିବା ପରେ ମଙ୍ଗଳବାର ଗିରଫ କରାଯାଇଛି।
Posted inଆମ ଜିଲା ଖବର, କନ୍ଧମାଳ View All
ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…
ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...
ପୋଲିସକୁ ଦେଖି ହାଇସ୍ପିଡ୍ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…
ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ ରାସ୍ତାରେ ଯାଉଥିବା...
ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ
ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…
ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...
ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ…
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...
ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା
ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...
Archives


