ଗିରଫ ହେଲେ ୩ ଅଣଓଡ଼ିଆ ପରୀକ୍ଷାର୍ଥୀ

ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ କମେଣ୍ଟ ମାରିଥିଲେ। ଅକ୍ଷୟ ମହାରଣା ନାମକ ଜଣେ ଯୁବକ ପ୍ରତିବାଦ କରିବାରୁ ସେମାନେ ତାଙ୍କୁ ମାଡ଼ମାରି କାନମୁଣ୍ଡା ଫଟାଇ ଲହୁଲୁହାଣ କରିଦେଇଥିଲେ। ଏହି ଘଟଣାରେ କ୍ୟାପିଟାଲ ଥାନା ପୋଲିସ ୩ଜଣ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶର ବିଦେଶ ଯାଦବ, ଶୁଭମ କୁମାର ସିଂ ଓ ଅଙ୍କିତ କୁମାର। ସେମାନଙ୍କ ବିରୋଧରେ ଆଇପିସି ଦଫା ୩୪୧, ୩୨୩, ୫୦୬ ଓ ୩୪ ଅନୁଯାୟୀ ମାମଲା ନଂ.୩୭୩/୧୯ ରୁଜୁ କରାଯାଇଛି। ଅକ୍ଷୟ ଉକ୍ତ ପାର୍କରେ କେତେଜଣ ଝିଅ ସାଙ୍ଗଙ୍କ ସହ ଜନ୍ମଦିନ ପାଳୁଥିଲେ। ପରୀକ୍ଷାଦେବାକୁ ଆସିଥିବା ଏହି ଯୁବକମାନେ ସେମାନଙ୍କ ନିକଟରେ ପହଞ୍ଚତ୍ ଆତଙ୍କ ଖେଳାଇଥିଲେ। ଘଟଣା ପରଠାରୁ କମିଶନରେଟ ପୋଲିସ ପକ୍ଷରୁ ପାର୍କ ଉପରେ ନଜର ରଖାଯିବା ସହ ପାଟ୍ରୋଲିଂକୁ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

Test new post

Test new post

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri