ଗିରଫ ୫ ଗୋଚାଲାଣକାରୀ ଜେଲ ଗଲେ: ଆନ୍ଧ୍ରପ୍ରଦେଶର ନରସିଂହପାଟଣାକୁ ଚାଲାଣ ହେଉଥିଲେ ଗୋରୁ

ରଣପୁର,୧ା୧(ସ୍ବ.ପ୍ର.): ରଣପୁର ପୋଲିସ ଅଟକ ରଖିଥିବା ୫ ଗୋଚାଲାଣକାରୀଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ ଟାଉନ ଥାନା ସିନ୍ଦୂରିଆ କରଣସାହିର ସଲମନ ଖଁା (୨୮) ଓ ମିହିର ମୋହିବୁଲ୍ଲା (୨୪), ଇଟାମାଟି ଥାନା ଇଟାମାଟି ବେହେରାସାହିର ଜୁହୁରୁଦ୍ଦିନ ଖାନ୍‌ (୩୦) ଓ ଏସ୍‌.କେ. ରାମଜନ (୨୪), ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବେଗୁନିଆ ଜାମୁସାହିର ନାସିର ଖାନ୍‌ (୨୩)। ରଣପୁର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଆଇଆଇସି ରଶ୍ମିରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁସାରେ ନୟାଗଡ଼ ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରୁ ଗୋରୁମାନଙ୍କୁ ଚୋରି କରି ଆନ୍ଧ୍ରପ୍ରଦେଶର ନରସିଂହପାଟଣାକୁ ଚାଲାଣ କରାଯାଉଥିଲା। ଏଥିପାଇଁ ଏକ ର଼୍ୟାକେଟ କାମ କରୁଥିବା ତଦନ୍ତରୁ ଜଣାପଡିଛି। ଗୋଚାଲାଣକୁ ସୁରକ୍ଷା ଦେବା ପାଇଁ ଏକ ପାଇଲଟିଂ ଗାଡି ଯାଉଥିଲା। ପୋଲିସ ରବିବାର ରାତିରେ ୬୮ ଗୋରୁ ଥିବା ଆଇଚର କଣ୍ଟେନର ଗାଡି ଜବତ କରି ୨ଜଣଙ୍କୁ ଗିରଫ କରିଥିଲା। ସେହିପରି ପାଇଲଟିଂ କରି ଯାଉଥିବା କାର ଜବତ ହୋଇଥିବାବେଳେ ୩ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ରଣପୁର ବାସିନ୍ଦାଙ୍କ ସହଯୋଗରେ ଗୋ ଚାଲାଣକାରୀଙ୍କୁ ଗିରଫ କରିବା ସମ୍ଭବ ହେଲା। ଗୋରୁଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି। ଉଦ୍ଧାର ୬୮ ଗୋରୁଙ୍କୁ ଚିକିତ୍ସା କରାଯାଇ ଖଣ୍ଡପଡା ଗିରିଡିପଲ୍ଲି ଗୋଶାଳାରେ ସୋମବାର ଛଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?