ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବ ନିର୍ବାଚନ

ଇସ୍‌ଲାମାବାଦ,୧୮ା୫(ପି.ଟି.): ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ପ୍ରଦେଶରେ ନିର୍ବାଚନକୁ ଭାରତ ଜୋର୍‌ଦାର ବିରୋଧ କରିଆସୁଥିବାବେଳେ ପାକିସ୍ତାନ ରାଷ୍ଟ୍ରପତି ଅରିଫ୍‌ ଆଲ୍‌ଭି ସେଠାରେ କାମଚଳା ସରକାର ଗଠନ ସହ ଭୋଟଗ୍ରହଣ ଲାଗି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଉକ୍ତ ଅଞ୍ଚଳରେ ସାଧାରଣ ନିର୍ବାଚନ କରାଇବା ଲାଗି ୨୦୧୮ ପ୍ରଶାସନିକ ନିର୍ଦ୍ଦେଶନାମାରେ ସଂଶୋଧନ କରିବା ଲାଗି ପାକ୍‌ ସୁପ୍ରିମକୋର୍ଟ ଗତ ଏପ୍ରିଲ ୩୦ରେ ସଂଘୀୟ ସରକାରଙ୍କୁ ଅନୁମତି ଦେଇଥିଲେ। ପାକ୍‌ ବେଆଇନ ଭାବେ ବଳପୂର୍ବକ ଦଖଲ କରିଥିବା ଏହି ଅଞ୍ଚଳରେ ନିର୍ବାଚନ କରାଇବା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଥିଲା। ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ନିର୍ଦ୍ଦେଶନାମା, ୨୦୧୮ରେ ପରିବର୍ତ୍ତନକୁ ବିରୋଧକରି ଭାରତ ଇସ୍‌ଲାମାବାଦ ନିକଟରେ ପ୍ରତିବାଦ କରିଥିଲା। ଜମ୍ମୁ-କଶ୍ମୀର, ଲଦାଖ ସମେତ ଗିଲ୍‌ଗିଟ୍‌ ଓ ବଲ୍ଟିସ୍ତାନ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ଗତମାସରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା।
କଶ୍ମୀର ବ୍ୟାପାର ଓ ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଜାରି ବିଜ୍ଞପ୍ତି ଅନୁଯାୟୀ ରାଷ୍ଟ୍ରପତି ଆଲ୍‌ଭି ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ନିର୍ବାଚନ ଓ କାମଚଳା ସଂଶୋଧନ ନିର୍ଦ୍ଦେଶନାମା ନିର୍ଦ୍ଦେଶନାମା ଜାରି କରିଛନ୍ତି। ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ବିଧାନସଭା ଜୁନ୍‌ ୨୪ରେ ୫ ବର୍ଷ କାର୍ଯ୍ୟକାଳ ପୂରଣ କରିବ। କାମଚଳା ସରକାର ଗଠନ କରିବାର ବ୍ୟବସ୍ଥା ନ ଥିବାବେଳେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ପରେ ଏହି ସମସ୍ୟା ଦୂର ହୋଇଥିବା ଗିଲ୍‌ଗିଟ୍‌-ବଲ୍ଟିସ୍ତାନର ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ ଅଧ୍ୟକ୍ଷ ସୟେଦ ଜାଫର ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri