Posted inଖେଳ

ଗିଲ୍‌ଙ୍କୁ ମ୍ୟାଚ ଫି’ର ଶତ ପ୍ରତିଶତ ଜରିମାନା

ନୂଆଦିଲ୍ଲୀ, ୮ା୧ (ପି.ଟି.)- ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସହମତି ପ୍ରକାଶ କରିବା ଅଭିଯୋଗରେ କ୍ରିକେଟର ଶୁବମନ ଗିଲ୍‌ ଦଣ୍ଡିତ ହୋଇଛନ୍ତି। ତାଙ୍କୁ ମ୍ୟାଚ ଫି’ର ଶତପ୍ରତିଶତ ଜରିମାନା ହୋଇଛି। ଗତ ସପ୍ତାହରେ ମୋହାଲିଠାରେ ପଞ୍ଜାବ ଓ ଦିଲ୍ଲୀ ମଧ୍ୟରେ ରଣଜୀ ଟ୍ରଫି ମ୍ୟାଚ ବେଳେ ଶୁବମନ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଆଚରଣ ବିଧି ଉଲ୍ଲଂଘନ କରିଥିଲେ। ଏହି ମ୍ୟାଚ ବେଳେ ଖରାପ ଆଚରଣ ପାଇଁ ଦିଲ୍ଲୀର ସିନିୟର ବ୍ୟାଟ୍ସମ୍ୟାନ ଧ୍ରୂବ ଶୋରେଙ୍କ ମ୍ୟାଚ ଫି’ର ୫୦ ପ୍ରତିଶତ ଜରିମାନା ହୋଇଛି। ମ୍ୟାଚର ପ୍ରଥମ ସେସନରେ ବିବାଦ ସୃଷ୍ଟି ହୋଇଥିଲା। ଅନ୍‌-ଫିଲ୍ଡ ଅମ୍ପାୟର ମହମ୍ମଦ ରଫି ଆଉଟ ଦେବାପରେ ଗିଲ୍‌ଙ୍କର ତାଙ୍କ ସହିତ ଯୁକ୍ତିତର୍କ ହୋଇଥିଲା। ପରେ ରଫି ଲେଗ୍‌ ଅମ୍ପାୟର ପଶ୍ଚିମ ପାଠକଙ୍କ ସହିତ ପରାମର୍ଶ କରି ତାଙ୍କ ନିଷ୍ପତ୍ତି ବଦଳାଇଥିଲେ। ଦିଲ୍ଲୀ ଟିମ୍‌ ଏଥିରେ ଖୁସି ନ ଥିବା ଦେଖାଯାଇଥିଲା। ଶୋରେ ପଡ଼ିଆ ଛାଡ଼ି ଚାଲିଯିବା ଲାଗି ଧମକ ଦେଇଥିଲେ। ଏହି କାରଣ ଯୋଗୁ ମ୍ୟାଚ କିଛି ସମୟ ଅଟକି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri