ଗୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ବଳାତ୍କାର ପରେ କରାଯାଇଛି ହତ୍ୟା

ସମ୍ବଲପୁର,୮ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଠେଲକୋଲି ଥାନା ବୁଧିଆପାଲି ଗ୍ରାମସ୍ଥ ଏକ ବୁଦା ନିକଟରୁ ଝାରସୁଗୁଡା ଜିଲା ପ୍ରତ୍ରାପାଲି ଗ୍ରାମର ଗୀତା ମୁଣ୍ଡା(୨୮)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ପୋଲିସ ଏହି ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। ଗୀତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୁକ୍ତ ରାଜେଶ ମୁଣ୍ଡା(୨୦) ସ୍ବିକାର କରିଛନ୍ତି। ଏ ନେଇ ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ ଭବାନୀ ଶଙ୍କର ଉଦଗାତା ସୂଚନା ଦେଇଛନ୍ତି। ରାଜେଶଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ଏସ୍‌ଡିପିଓଙ୍କ ସୂଚନା ମୁତାବକ, ଉକ୍ତ ଗ୍ରାମର ଅଭିଯୁକ୍ତ ରାଜେଶ ଗୀତାଙ୍କୁ ଅମାନୁଷିକ ଭାବେ ବଳାତ୍କାର କରିବା ପରେ ହତ୍ୟା କରିଥିଲେ। ଏପରିକି ଗୀତା ତାଙ୍କୁ ଛାଡ଼ି ଦେବାକୁ କାକୁତିମିନତି କରୁଥିଲେ ହେଁ ସେ ତାଙ୍କର ତଣ୍ଟି ଚିପିଧରି ବଳାତ୍କାର କରିଥିଲେ। ଶେଷରେ ଗୀତା ଘଟଣାସ୍ଥଳରେ ଆଖି ବୁଜିଥିଲେ। ପରେ ରାଜେଶ ତାଙ୍କ ମୃତଦେହକୁ ଗଛର ଡାଳ ଓ ପତ୍ରରେ ଘୋଡ଼ାଇ ଫେରାର ହୋଇଯାଇଥିଲେ। ପ୍ରଥମେ ପୋଲିସ ପାଖରେ ହତ୍ୟାକାଣ୍ଡକୁ ନେଇ କୌଣସି ସୁରାକ ନ ଥିଲେ ମଧ୍ୟ ପରେ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାହା ହତ୍ୟା ଘଟଣା ବୋଲି ପୋଲିସ ଜାଣିବାକୁ ପାଇଥିଲା। ଏସ୍‌ପି ସଞ୍ଜୀବ ଆରୋରାଙ୍କ ନିର୍ଦ୍ଦେଶକ୍ରମେ ଠେଲକୋଲି ଭାରପ୍ରାପ୍ତ ଥାନା ଅଧିକାରୀ ସୁରେଶ ସାହୁଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଥିଲା। ଜିଲା ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ମଧ୍ୟ ସହଯୋଗ କରିଥିଲେ। ଶେଷରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଘଟଣାର ପର୍ଦ୍ଦାଫାଶ କରିଛି।

ସୂଚନାଯୋଗ୍ୟ, ଜୁନ ୨୮ତାରିଖ ଠେଳକୋଲି ଥାନା ବୁଧିଆପାଲି ନିକଟ ପଡ଼ିଆ ବୁଦାରୁ ଗୀତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏ ନେଇ ପୋଲିସ ନଂ-୧୦୬/୧୯ରେ ଏକ ମାମଲା ରୁଜୁ କରିଥିଲା । ପରେ ସ୍ବାମୀ ରାଜେଶଙ୍କ ଅଭିଯୋଗ କ୍ରମେ ହତ୍ୟା ମାମଲା ରୁଜୁ କରାଯାଇଥିଲା। ପୋଲିସ ସହ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ କରିଥିଲେ। ୧୦ ଦିନ ପରେ ପୋଲିସ ହତ୍ୟକାଣ୍ଡର ପର୍ଦ୍ଦାଫାଶ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri