ଗୀତ ଗାଇବା ନଁ।ରେ ବାର୍‌ରେ ନୃତ୍ୟ ପ୍ରଦର୍ଶନ: ୧୦ ବାର୍‌ରେ ପୋଲିସ ଚଢ଼ାଉ, ୩୦ ଯୁବତୀ ଅଟକ

କଟକ ରୋଡ,୨୭ା୭(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ ବାରରେ ଯୁବତୀଙ୍କ ନୃତ୍ୟ ପ୍ରଦର୍ଶନ ଲୋକଙ୍କୁ ଚିନ୍ତାରେ ପକାଇଛି। ନିର୍ଦ୍ଦିଷ୍ଟ ସମୟସୀମାକୁ କେତେଜଣ ବାର ମାଲିକ ନିୟମ ଉଲ୍ଲଂଘନ କରି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଯୁବତୀଙ୍କୁ ନିୟୋଜିତ କରୁଛନ୍ତି। ଏଭଳି ସୂଚନା କମିଶନରେଟ ପୋଲିସଙ୍କ ବରିଷ୍ଠ ଅଧିକାରୀ ତଥା ସ୍ଥାନୀୟ ପୋଲିସ ବାର୍‌ ମାଲିକଙ୍କ ସହ ଉତ୍ତମ ବୁଝାମଣା ସ୍ଥାପନ କରି ଆଇନକୁ ଅଣଦେଖା କରୁଛନ୍ତି। ଏଥିସହ ଅବକାରୀ ବିଭାଗ ମଧ୍ୟ ସବୁ ଜାଣି ନୀରବ ରହିଛି। ବିଳମ୍ବରେ ହେଲେ ମଧ୍ୟ ଦୀର୍ଘଦିନ ଧରି କମିଶନରେଟ ପୋଲିସର ଚେତା ପଶିଛି। ଶୁକ୍ରବାର ରାତି ପ୍ରାୟ ସାଢେ ୧୧ଟା ବେଳେ ଡିସିପି ଅନୁପ କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ଲକ୍ଷ୍ମୀସାଗର ପୋଲିସ ସହ ବିଭିନ୍ନ ଥାନା ଅଧିକାରୀଙ୍କୁ ନେଇ ଗଠନ ହୋଇଥିବା ଟିମ କଟକ ରୋଡ ଅଞ୍ଚଳରେ ଥିବା ୧୦ରୁ ଊଦ୍ଧ୍ୱର୍ର୍ ବାରରେ ଚଢ଼ାଉ କରିଛି। ଚଢ଼ାଉ ସମୟରେ ବାରରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯୁବତୀଙ୍କୁ ଥାନାକୁ ଅଣାଯାଇ ସେମାନଙ୍କ ପରିଚୟପତ୍ର ଯାଞ୍ଚ କରାଯାଉଛି ବୋଲି ଲକ୍ଷ୍ମୀସାଗର ଥାନା ଅଧିକାରୀ ଦୟାନିଧି ନାୟକ କହିଛନ୍ତି। ସୂଚନାଥାଉକି,ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ କେତେକ ବାରରେ ଯୁବତୀ ନୃତ୍ୟ ପ୍ରଦର୍ଶନ କରିବା ନେଇ ଏହି ଅଞ୍ଚଳରେ ଥିବା ବାରରେ ଲୋକଙ୍କ ଭିଡ ଲାଗୁଛି। ବିଭିନ୍ନ ସମୟରେ ବାରରେ ମାରପିଟ ଘଟଣା ଘଟୁଥିବା ସହ ଅନେକ ପୁରୁଣା ମାମଲାରେ ମାରପିଟ ଘଟଣାରେ ଜଡିତ ଥିବା ଅପରାଧୀଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri