Posted inଖେଳ

ଗୁଆହାଟିରେ ଦୁଇଟି ମ୍ୟାଚ୍‌ ଖେଳିବ ରାଜସ୍ଥାନ ରୟାଲ୍ସ

ଗୁଆହାଟି,୨୭ା୨- ସ୍ଥାନୀୟ ବର୍ସାପାରା ଷ୍ଟାଡିୟମରେ ପ୍ରଥମ ଥର ପାଇଁ ଆଇପିଏଲ ମ୍ୟାଚ୍‌ ଖେଳାଯିବ। ଆଇପିଏଲ ଗଭର୍ନିଂ କାଉନ୍ସିଲ ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜକୁ ୭ଟି ଘରୋଇ ମ୍ୟାଚ୍‌ ମଧ୍ୟରୁ ପ୍ରଥମ ଦୁଇଟି ମ୍ୟାଚ୍‌ ଗୁଆହାଟିଠାରେ ଆୟୋଜନ କରିବାକୁ ଅନୁମତି ଦେଇଛି। ରାଜସ୍ଥାନ ଏପ୍ରିଲ ୫ ଓ ୮ ତାରିଖରେ ଦିଲ୍ଲୀ କ୍ୟାପିଟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ସହ ମ୍ୟାଚ୍‌ ଖେଳିବ। ଉଭୟ ମ୍ୟାଚ୍‌ ରାତି ୮ଟାରେ ଆରମ୍ଭ ହେବ। ଜୟପୁରସ୍ଥିତ ସଓ୍ବାଇ ମାନସିଂ ଷ୍ଟାଡିୟମ ରାଜସ୍ଥାନ ରୟାଲ୍ସର ମୁଖ୍ୟ ହୋମ ଭେନ୍ୟୁ। କିନ୍ତୁ ୨୦୧୦ରେ ଅହମ୍ମଦାବାଦ ଓ ୨୦୧୫ରେ ଅହମ୍ମଦାବଦ ଓ ମୁମ୍ବାଇ ବ୍ରାବୋର୍ନେ ଷ୍ଟାଡିୟମଠାରେ କିଛି ଘରୋଇ ମ୍ୟାଚ୍‌ ଖେଳିଥିଲା। ଚଳିତ ସିଜନରେ ଗୁଆହାଟିକୁ ତା’ର ବିକଳ୍ପ ଭେନ୍ୟୁ ରୂପେ ଚୟନ କରିବା ପୂର୍ବରୁ ଲକ୍ଷ୍ନୌ, ଅମ୍ମଦାବାଦ ଓ ମୁମ୍ବାଇର ଷ୍ଟାଡିୟମ ଉପରେ ନଜର ରଖିଥିଲା। ଆମେ ଏକ ଦଳ ଓ ପରିବାର ଭାବେ ଐତିହାସିକ ନିଷ୍ପତ୍ତି ଯୋଗୁ ଖୁବ୍‌ ଉତ୍ସାହିତ ଅଛୁ। ଯେଉଁଠାରେ କ୍ରିକେଟର ଉନ୍ନତି ହୋଇନାହିଁ, ସେଠାରେ ଆମେ ମିଳିତ ଉଦ୍ୟମ କରିଛୁ। ଉକ୍ତ ଷ୍ଟାଡିୟମରେ ମ୍ୟାଚ୍‌ ଆୟୋଜନ କରିବାର ଉଦ୍ଦେଶ୍ୟ ଦେଶର ବିଭିନ୍ନ ଅନ୍ତରରୁ ପ୍ରଶଂସକଙ୍କୁ ଆକୃଷ୍ଟ କରିବା ବୋଲି ଫ୍ରାଞ୍ଚାଇଜର କାର୍ଯ୍ୟକାରୀ ମୁଖ୍ୟ ରଣଜିତ ବାର୍ଥକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri