ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା ବସ୍‌ରେ ଜଣଙ୍କ ଜୀବନ ଗଲା

ଲଖନପୁର,୨୧ା୫(ଡି.ଏନ୍‌.ଏ.): ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଏକ ବସ୍‌ ଆସିକା ଅଭିମୁଖେ ଆସୁଥିବାବେଳେ ଝାରସୁଗୁଡ଼ା ଜିଲା ଲଖନପୁର ୪୯ ନମ୍ବର ଜାତୀୟ ରାଜପଥରେ ବସ୍‌ ଭିତରେ ଜଣେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରବାସୀ ଓଡ଼ିଆ ଜଣକ ଆସିକା ଅଞ୍ଚଳର ଭାସ୍କର ନାହାକ(୬୦) ବୋଲି ଜଣାପଡ଼ିଛି। ଏ ସମ୍ପର୍କରେ ଖବରପାଇ ଝାରସୁଗୁଡ଼ା ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ବୁଧବାର ସନ୍ଧ୍ୟାରେ ବସ୍‌କୁ ଝାରସୁଗୁଡ଼ାରେ ଅଟକାଇ ବସ୍‌ ଭିତରୁ ମୃତଦେହ ଜବତ କରିଥିଲା। ଜବତ ମୃତଦେହକୁ ତାଙ୍କ ସମ୍ପର୍କୀୟଙ୍କ ଉପସ୍ଥିତିରେ ଜିଲା ପ୍ରଶାସନ ଝାରସୁଗୁଡ଼ାରେ ହିଁ ସଂସ୍କାର କରିଦେଇଛି। ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟମାନେ ଝାରସୁଗୁଡ଼ାରେ ଓହ୍ଲାଇ ପଡ଼ିଥିବାବେଳେ ବସ୍‌ ରାତିରେ ଅନ୍ୟ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଆସିକା ଅଭିମୁଖେ ବାହାରି ଯାଇଛି ବୋଲି ଏସ୍‌ପି ରାହୁଲ ପିଆର୍‌ କହିଛନ୍ତି ା
ସୂଚନାଯୋଗ୍ୟ, ପ୍ରବାସୀ ଓଡ଼ିଆମାନଙ୍କୁ ଧରି ଏକ ବସ୍‌ ଓଡ଼ିଶା ଅଭିମୁଖେ ବାହାରିଥିଲା ା ଲଖନପୁର ରାସ୍ତାରେ ପ୍ରବାସୀ ଶ୍ରମିକ ଭାସ୍କରଙ୍କ ଦେହ ଅସୁସ୍ଥ ହୋଇଥିଲା। ଫଳରେ ବସ୍‌ ଭିତରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ବସ୍‌ରେ ଥିବା ସହଯୋଗୀ ପ୍ରବାସୀ ଓଡ଼ିଆମାନେ ଆସିକା ଅଞ୍ଚଳର ସ୍ଥାନୀୟ ସରପଞ୍ଚଙ୍କୁ ଜଣାଇବା ପରେ ସରପଞ୍ଚ ଆସିକା ବିଡିଓଙ୍କୁ ଜଣାଇଥିଲେ। ବିଡିଓ ପରେ ଗଞ୍ଜାମ ଜିଲାପାଳଙ୍କୁ ଜଣାଇବାରୁ ଜିଲାପାଳ ଘଟଣା ସମ୍ପର୍କରେ ଝାରସୁଗୁଡ଼ା ଜିଲାପାଳଙ୍କୁ ଜଣାଇଥିଲେ। ଏସମ୍ପର୍କରେ ଖବର ପାଇବା ପରେ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ଝାରସୁଗୁଡ଼ାରେ ବସ୍‌କୁ ଅଟକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?