Posted inଜାତୀୟ

ଗୁଜରାଟରେ ରିସର୍ଟ ରାଜନୀତି ସରଗରମ

ଅହମଦାବାଦ,୮ା୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ ରାଜନୀତି ସରଗରମ ହୋଇଛି। ଶାସକ ଭାଜପା ପକ୍ଷରୁ ଘୋଡ଼ାବେପାର କରାଯିବା ଆଶଙ୍କାରେ କଂଗ୍ରେସ ବିଧାୟକମାନଙ୍କୁ ରାଜକୋଟ ଜିଲାସ୍ଥିତ ଏକ ହୋଟେଲରେ ରଖାଯାଇଛି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ କଂଗ୍ରେସ ବିଧାୟକମାନେ ଅବସ୍ଥାନ କରୁଥିବା ରିସର୍ଟ ବିରୋଧରେ ମାମଲା ଦାଏର ହୋଇଛି।
ଗୁଜରାଟର ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ୧୯ରେ ନିର୍ବାଚନ ହେବ। କଂଗ୍ରେସର ୩ ବିଧାୟକ ଅକ୍ଷୟ ପଟେଲ, ଜିତୁ ଚୌଧରୀ ଓ ବ୍ରଜେଶ ମେର୍ଜା ଇସ୍ତଫା ଦେବା ପରେ ୧୮୨ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାରେ ଦଳର ସଦସ୍ୟଙ୍କ ସଂଖ୍ୟା ୬୫କୁ ଖସିଛି। ଏହି ବିଧାୟକମାନଙ୍କ ମଧ୍ୟରୁ ୫-୬ ଜଣଙ୍କୁ ଛାଡ଼ିଦେଲେ ଅନ୍ୟମାନେ ରାଜକୋଟର ନୀଲ୍ସ ସିଟି ରିସର୍ଟରେ ରହୁଛନ୍ତି। ପୋଲିସ ଉକ୍ତ ରିସର୍ଟ ମାଲିକ ଓ ମ୍ୟାନେଜରଙ୍କ ବିରୋଧରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଏଫ୍‌ଆଇଆର୍‌ କରିଛି। କାରଣ ସୋମବାର ପର୍ଯ୍ୟନ୍ତ ହୋଟେଲ ନ ଖୋଲିବା ପାଇଁ କଟକଣା ରହିଛି। ଦଳ ପକ୍ଷରୁ ଅନ୍ୟ ଏମ୍‌ଏଲ୍‌ଏମାନଙ୍କୁ ବନାସକାଣ୍ଟା ଜିଲାର ଅମ୍ବାଜୀ ଓ ଆନନ୍ଦରେ ଥିବା ଦୁଇଟି ରିସର୍ଟରେ ରଖାଯାଇଛି। ରାଜ୍ୟ ସଭା ନିର୍ବାଚନ ଶେଷ ହେବା ଯାଏ ବିଧାୟକମାନେ ହୋଟେଲରେ ରହିବେ ବୋଲି କଂଗ୍ରେସ ମୁଖପାତ୍ର ମନୀଷ ଦୋଷୀ କହିଛନ୍ତି। ଇତିମଧ୍ୟରେ କଂଗ୍ରେସ ପକ୍ଷରୁ ଉପରୋକ୍ତ ବିଧାୟକମାନଙ୍କ ମଧ୍ୟରୁ ୨୫ ଜଣଙ୍କୁ ଗୁଜରାଟରୁ ପଡ଼ୋଶୀ ରାଜସ୍ଥାନର ଏକ ରିସର୍ଟକୁ ସ୍ଥାନାନ୍ତର କରାଯାଇଛି। ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରି ସେମାନଙ୍କୁ ସିରୋହିସ୍ଥିତ ଓ୍ବାଇଲ୍ଡ ଓ୍ବିଙ୍ଗ୍‌ସ ରିସର୍ଟକୁ ନିଆଯାଇଥିବା ଭାଜପା ଅଭିଯୋଗ ଆଣିଛି।
ଗତ ମାର୍ଚ୍ଚ ୨୬ରେ ରାଜ୍ୟ ସଭା ନିର୍ବାଚନ ହେବାକୁ ଥିବା ବେଳେ ଏହା ପୂର୍ବରୁ କଂଗ୍ରେସର ୫ ବିଧାୟକ ଇସ୍ତଫା ଦେଇଥିଲେ। ଫଳରେ ବାକି ବିଧାୟକମାନଙ୍କୁ ଜୟପୁରସ୍ଥିତ ଏକ ହୋଟେଲରେ ରଖାଯାଇଥିଲା। ପରେ ଏହି ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ଏବେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା ୬୫କୁ ଖସିଥିବାରୁ ଦଳ ଦୁଇଟି ରାଜ୍ୟ ସଭା ଆସନରେ ବିଜୟୀ ହେବା ଆଶା ମଉଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri